ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ହାଇୱା: ଜଣେ ମୃତ

ଦେବଗଡ଼,୮।୪:(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଆମ୍ବକଟା ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଠିଆ ହୋଇଥିବା ଏକ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଏକ ହାଇୱା ଧକ୍କା ଦେବା ଫଳରେ ଧାନ ଅମଳ ମେଶିନ ଅପରେଟରଙ୍କ ମୃତ୍ୟୁ ଘଟିଛି । ମୃତ ଅପରେଟର ସମ୍ବଲପୁର ଜିଲା ଜମନକିରା ଥାନା ପଡିଆବାହାଳ ଗ୍ରାମର ଲାଲାଜୀ ପାତ୍ର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ପଡିଆବାହାଳରୁ ଏକ ଧାନ ଅମଳ ମେଶିନକୁ ଏକ ଟ୍ରାକ୍ଟର ଯୋଗେ ଜଳେଶ୍ୱରକୁ ସ୍ଥାନାନ୍ତର କରାଯାଉଥିଲା । ରାତି ପ୍ରାୟ ୧ ଟାରେ କୌଣସି କାରଣରୁ ୪୯ ନମ୍ବର ଜାତୀୟ ରାଜପଥ ଆମ୍ବକଟା ନିକଟ ପୋଲ ଉପରେ ଉକ୍ତ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟର ଅଟକି ଥିବା ବେଳେ ଦୃତ ଗତିରେ ଯାଉଥିବା ଏକ ହାଇୱା (ଓଡି-୦୯-ପି-୯୧୦୧) ଉକ୍ତ ଟ୍ରାକ୍ଟର ପଛପଟେ ଧକ୍କା ଦେଇଥିଲା । ଫଳରେ ଟ୍ରାକ୍ଟର ଓ ଟ୍ରାକ୍ଟରରେ ବସିଥିବା ଅପରେଟର ଲାଲାଜୀ ପୋଲ ତଳକୁ ଖସି ପଡି ଗୁରୁତର ଆହତ ହୋଇଥିଲେ । ଏଣେ ଦୁର୍ଘଟଣା ପରେ ହାଇୱା ଚାଳକ ଫେରାର ହୋଇଥିବା ବେଳେ ଲାଲାଜୀଙ୍କୁ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ମାତ୍ର ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଉଥିଲା। ମାତ୍ର ସେଠାକୁ ନେବା ପୂର୍ବରୁ ଚିକିତ୍ସାଧିନ ଅବସ୍ଥାରେ ଲାଲାଜୀଙ୍କର ମୃତ୍ୟୂ ଘଟିଥିଲା । ଏନେଇ ବାରକୋଟ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଦୁର୍ଘଟଣାଗ୍ରସ୍ତ ଧାନ ଅମଳ ମେଶିନ ବୋଝେଇ ଟ୍ରାକ୍ଟରକୁ ଜବତ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image