ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ଅସନ୍ତୋଷ: ଚାଉଳ ଯାଞ୍ଚ

କେନ୍ଦୁଝର,୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅଡାଳମୁଣ୍ଡା ସାହିରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ଚାଉଳରେ ମଧ୍ୟାହ୍ନଭୋଜନ ପିଲାମାନଙ୍କୁ ଖାଇବାକୁ ଦିଆଯାଉଥିବାରୁ ଅଭିଭାବକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏନେଇ ମଙ୍ଗଳବାର  ସ୍ଥାନୀୟ ଅଭିଭାବକମାନେ ବିଦ୍ୟାଳୟ ଯାଇ ପ୍ରଧାନଶିକ୍ଷୟିତ୍ରୀଙ୍କୁ ପଚାରି ବୁଝିବା ସହ ଚାଉଳର ମାନ ଯାଞ୍ଚ କରି ଦେଖିଥିଲେ। ଚାଉଳର ମାନ ଠିକ ନ ଥିବା ଦେଖିବା ସହ ପିଲାଙ୍କୁ ଏଭଳି ଚାଉଳର ଭାତ ଖାଇବାକୁ କାହିଁକି ଦେଉଛନ୍ତି ବୋଲି ପ୍ରଶ୍ନ କରିଥିଲେ। ୨୦୦୯ରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ସ୍ଥାନୀୟ ମୁଣ୍ଡାସାହିର ପାଖାପାଖି ୧ମରୁ ୫ମ ଯାଏ ୭୦ ଜଣ ପିଲା ପଢୁଛନ୍ତି। ୩ ଜଣ ଶିକ୍ଷକ ପାଠ ପଢ଼ାଉଛନ୍ତି। ତେବେ ଶିକ୍ଷୟିତ୍ରୀ/ ଶିକ୍ଷକମାନେ ବିଳମ୍ବରେ ଆସୁଥିବା ଏବଂ ପିଲାମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ନେଇ ଅଭିଯୋଗ କରିଛନ୍ତି। ଏନେଇ ପ୍ରତିବାଦ କଲେ ବିଦ୍ୟାଳୟ ପରିସରରୁ ପାଣି ଦିଆଯିବ ନାହିଁ ବୋଲି ସ୍ଥାନୀୟ ଅଭିଭାବକମାନଙ୍କୁ ଭୟ ଦେଖାଉଥିବାରୁ ମୁହଁ ଖୋଲୁ ନ ଥିବା ବେଳେ ଗତକାଲି ଅଭିଯୋଗ କରିଥିଲେ। ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି କରିଛନ୍ତି। ଏନେଇ ପ୍ରଧାନଶିକ୍ଷୟିତ୍ରୀ ରତ୍ନବାଳା ପାତ୍ର କହିଛନ୍ତି, ଏଭଳି ଅଭିଯୋଗ ମିଥ୍ୟା। ଚାଉଳ ଦୁଇ କିମି ଦୂରରୁ ଅଣାଯାଏ।ଗତକାଲି ଚାଉଳ ସରିଯିବାରୁ ସ୍ଥାନୀୟ ଅଙ୍ଗନଓ୍ବାଡି କେନ୍ଦ୍ରରୁ ଚାଉଳ ଆଣି ପିଲାଙ୍କୁ ଖାଇବାକୁ ଦିଆଯାଇଥିଲା। ଚାଉଳରେ ପୋକ ଲାଗିନାହିଁ। ଏନେଇ ସେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri