Posted inଖେଳ

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ ପୂର୍ବରୁ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ପନ୍ତ ବାଂଲାଦେଶ ବିପକ୍ଷ ଚେନ୍ନାଇ ଟେଷ୍ଟକୁ ଫେରି ନିଜ ବ୍ୟାଟ ସହିତ ନିଜର ପୁରୁଣା ଶୈଳୀ ଦେଖାଇବା ଆରମ୍ଭ କରିଛନ୍ତି। ପ୍ରଥମ ଇନିଂସରେ ଟିମ ଇଣ୍ଡିଆକୁ ଅସୁବିଧାରୁ ମୁକ୍ତ କରିବାରେ ଏକ ଛୋଟ କିନ୍ତୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ପନ୍ତ ବର୍ତ୍ତମାନ ଦ୍ୱିତୀୟ ଇନିଂସରେ ମଧ୍ୟ ଚମତ୍କାର ଇନିଂସ ଖେଳିଛନ୍ତି। ଏହା ସହ ପନ୍ତ ୬୩୭ ଦିନ ପରେ ଟେଷ୍ଟ କ୍ରିକେଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ମ୍ୟାଚ୍‌ର ତୃତୀୟ ଦିନରେ ଟିମ ଇଣ୍ଡିଆର ଦ୍ୱିତୀୟ ଇନିଂସରେ ପନ୍ତ ଅର୍ଦ୍ଧଶତକ ସ୍କୋର କରିଥିଲେ। ତାଙ୍କର ପୂର୍ବ ଅର୍ଦ୍ଧଶତକ ମଧ୍ୟ ଦୁର୍ଘଟଣାର ଠିକ ପୂର୍ବରୁ ବାଂଲାଦେଶ ବିପକ୍ଷରେ ଆସିଥିଲା।

ଚେପକ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚର ତୃତୀୟ ଦିନରେ ପନ୍ତ ଶୃଙ୍ଖଳିତ ବ୍ୟାଟିଂ କରି ନିଜର ଅର୍ଦ୍ଧଶତକ ହାସଲ କରିଥିଲେ। ପ୍ରଥମ ଇନିଂସରେ ପନ୍ତ ଦୃୃଢ ବ୍ୟାଟିଂ କରିଥିଲେ ମଧ୍ୟ ଅର୍ଦ୍ଧଶତକ ହାସଲ କରି ନ ଥିଲେ। ତାଙ୍କ ବ୍ୟାଟରୁ ମାତ୍ର ୫୨ ବଲରେ ୩୯ ରନ ସ୍କୋର କରାଯାଇଥିଲା। ଦ୍ୱିତୀୟ ଦିନରେ ମାତ୍ର ୬୭ ରନରେ ୩ ଉଇକେଟ ଖସିଯିବା ପରେ ପନ୍ତ କ୍ରିଜରେ ପାଦ ଦେଇଥିଲେ ଏବଂ ସେ ଆସିବା ମାତ୍ରେ ଦ୍ରୁତ ବ୍ୟାଟିଂ ଆରମ୍ଭ କରିଥିଲେ। ଦିନର ଖେଳ ଶେଷ ହେବା ବେଳକୁ ସେ ୧୨ ରନ ସ୍କୋର କରି ଅପରାଜିତ ରହିଥିଲେ।

ତୃତୀୟ ଦିନ ପନ୍ତ ଇନିଂସକୁ ଆଗକୁ ନେଇଥିଲେ ଏବଂ ଏଥର ସେ ତାଙ୍କ ସମୟ ନେଇ ତାଙ୍କ ଆକାଉଣ୍ଟରେ ରନ ଯୋଡିଥିଲେ। ପ୍ରଥମ ଅଧିବେଶନରେ ପ୍ରାୟ ଦେଢ ଼ଘଣ୍ଟା ଖେଳିବା ପରେ ପନ୍ତ ତାଙ୍କର ଅର୍ଦ୍ଧଶତକ ହାସଲ କରିଥିଲେ। ସେ ନିଜ ଟେଷ୍ଟ କ୍ୟାରିୟରର ଦ୍ୱାଦଶ ଅର୍ଦ୍ଧଶତକକୁ ୮୮ ବଲରେ ହାସଲ କରିଥିଲେ।

ପନ୍ତ ଏହା ପୂର୍ବରୁ ୨୩ ଡିସେମ୍ବର ୨୦୨୨ରେ ମିରପୁର ଟେଷ୍ଟର ପ୍ରଥମ ଇନିଂସରେ ବାଂଲାଦେଶ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri