Posted inଖେଳ

IPL 2025ରେ ଧୋନୀଙ୍କ ସ୍ଥାନ ନେବେ ପନ୍ତ, ମୁମ୍ବାଇ ଛାଡ଼ିବେ ରୋହିତ-ସୂର୍ଯ୍ୟକୁମାର; ଆର୍‌ସିବିରେ ବି…

ନୂଆଦିଲ୍ଲୀ,୨୦।୭: ଆଇପିଏଲ ୨୦୨୫ ପୂର୍ବରୁ ମେଗା ଅକ୍ସନ କରାଯିବ। ଏହି ନିଲାମୀ ଯୋଗୁ ସମସ୍ତ ଦଳରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଗତ ଅକ୍ସନରେ ବରିଷ୍ଠ ଖେଳାଳିଙ୍କୁ ରିଟେନ୍‌ କରାଯାଉଥିବା ନଜର ଆସିଥିଲେ ହେଁ ୨୦୨୫ରେ ଏଭଳି ହୋଇ ନ ପାରେ। କାରଣ ଅନେକ ପ୍ରମୁଖ ଖେଳାଳି ଦଳ ବଦଳ କରିପାରନ୍ତି। ସେଥିରେ ଋଷଭ ପନ୍ତ, ରୋହିତ ଶର୍ମା ଏବଂ କେଏଲ୍‌ ରାହୁଲଙ୍କ ଭଳି ଖେଳାଳି ଅଛନ୍ତି।

ଦୈନିକ ଜାଗରଣର ରିପୋର୍ଟ ମୁତାବକ, କେବଳ ରୋହିତ ଶର୍ମା ନୁହନ୍ତି ବରଂ ତାଙ୍କର ନିକଟତର ସୂର୍ଯ୍ୟକୁମାର ଯାଦବ ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ପାରନ୍ତି। କେକେଆର ଆସନ୍ତାବର୍ଷ ନିଲାମୀରେ ଦୁହିଁଙ୍କୁ କିଣିପାରେ। ସେହିଭଳି ଦିଲ୍ଲୀ କ୍ୟାପିଟାଲ୍ସ ଋଷଭଙ୍କୁ ନେଇ ସନ୍ତୁଷ୍ଟ ନୁହେଁ। ଏଣୁ ଚେନ୍ନାଇ ସୁପର କିଙ୍ଗ୍ସ ତାଙ୍କୁ ନିଲାମୀରେ କିଣି ପାରେ। ଯଦି ଧୋନୀ ୨୦୨୫ ଆଇପିଏଲ୍‌ ନ ଖେଳନ୍ତି ତେବେ ଫ୍ରାଞ୍ଚାଇଜ୍‌ ପନ୍ତଙ୍କୁ କିଣିପାରେ।

ସେହିଭଳି ଏଲ୍‌ଏସ୍‌ଜି ଅଧିନାୟକ କେ ଏଲ୍‌ ରାହୁଲ ଫ୍ରାଞ୍ଚାଇଜ୍‌ ମଧ୍ୟ ଛାଡ଼ି ପାରନ୍ତି। କାରଣ ପୂର୍ବ ମ୍ୟାଚ୍‌ ସମୟରେ ମାଲିକ ସଞ୍ଜିବ ଗୋଏଙ୍କାଙ୍କ ସହ ତାଙ୍କର କଥା କଟାକଟି ବୋଲି କୁହାଯାଏ। ଏମିତିରେ ଆର୍‌ସିବି ତାଙ୍କୁ କିଣି ଦଳର ଅଧିନାୟକ କରିପାରେ। ଫାଫ୍‌ ଡୁ ପ୍ଲେସିସ୍‌ ଗତ ୩ ସିଜନରେ ଦଳର ନେତୃତ୍ୱ ନେଇଥିଲେ ହେଁ ଦଳକୁ ବିଜେତା କରିପାରିନାହାନ୍ତି। ଏଣୁ ଦଳରେ ବଡ଼ ପରିବର୍ତ୍ତନ ହୋଇପାରେ ବୋଲି କୁହାଯାଉଛି। ଏପରିକି ଏଥର ବାଙ୍ଗାଲୋର ଭାରତୀୟ ଖେଳାଳିଙ୍କୁ ପ୍ରାଧାନ୍ୟ ଦେବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କୋଚ୍‌ଙ୍କ ସ୍ଥାନ ନେବେ ପାର୍ଥିବ ପଟେଲ, ହେବେ ଏହି ଦଳର ବ୍ୟାଟିଂ କୋଚ୍‌…

ନୂଆଦିଲ୍ଲୀ,୨୨।୧୦: ପୂର୍ବତନ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସେ ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନର...

ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ 

ନୂଆଦିଲ୍ଲୀ,୨୨।୧୦: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍‌ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ ୨୦୨୩ ପରେ ସେ ମଇଦାନକୁ...

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ...

ଭାରତକୁ ବଡ଼ ଝଟ୍‌କା: କମନୱେଲଥ ଗେମ୍ସରୁ ଏହି ୫ ଖେଳକୁ ଦିଆଗଲା ବାଦ୍‌

ଗ୍ଲାସ୍‌ଗୋ,୨୨ା୧୦: କମନୱେଲଥ ଗେମ୍ସରେ ଭାରତର ପଦକ ସମ୍ଭାବନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆୟୋଜକ ସହର ଗ୍ଲାସ୍‌ଗୋ ୨୦୨୬ ସଂସ୍କରଣରୁ କ୍ରିକେଟ, ହକି, ବ୍ୟାଡମିଣ୍ଟନ, ରେସଲିଂ...

ପୃଥ୍ବୀ ଶ’ଙ୍କୁ ବଡ଼ ଦଣ୍ଡ ଦେଲା ବିସିସିଆଇ, ଦଳରୁ ବିଦା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୨।୧୦: ସମୟ ଥିଲା ମୁମ୍ବାଇର ଷ୍ଟାର ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ଠାରେ ସଚିନ ତେନ୍ଦୁଲକରଙ୍କ ଝଲକ ଦେଖିବାକୁ ମିଳିଥିଲା। ଶ’ ଖୁବ କମ ବୟସରେ ଅନ୍ତର୍ଜାତୀୟ...

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୨।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଅଷ୍ଟ୍ରେଲିଆ ଗସ୍ତ ପାଇଁ ୧୫ ଜଣିଆ ଇଣ୍ଡିଆ ଏ ଦଳ ଘୋଷଣା କରିଛି।...

ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିବ ହକି

ମେଲବୋର୍ନ,୨୨ା୧୦: ରାଜ୍ୟଗୋଷ୍ଠୀ କ୍ରୀଡାରୁ ହକି ଇଭେଣ୍ଟ ବାଦ ପଡିବାକୁ ଯାଉଛି। ୨୦୨୬ରେ ରାଜ୍ୟଗୋଷ୍ଠୀ କ୍ରୀଡା ଆରମ୍ଭରୁ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବର୍ଦ୍ଧିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri