ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ର୍ନିମାଣ ନେଇ ୫ଟି ସଚିବଙ୍କୁ ଅନୁରୋଧ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣ ନେଇ ଶୁକ୍ରବାର ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କ ସ୍ଥାନୀୟ ଜନପ୍ରତିନିଧିମାନେ ଦୃଷ୍ଟି ଆକର୍ଷଣ କରିଛନ୍ତି। ଭିଡିଓ କନଫରେନ୍ସି ଜରିଆରେ ଅନୁଷ୍ଠିତ ଆଲୋଚନା ବେଳେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଓ ସ୍ଥାନୀୟ ଜନପ୍ରତିନିଧିମାନେ ୫ଟି ସଚିବଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବିଧାୟକଙ୍କୁ ପ୍ରଦାନ କରାଯାଇଥିଲା। ଏହି ବ୍ୟାରେଜ ନିର୍ମାଣ ହେଲେ ଗଞ୍ଜାମ ଓ ଛତ୍ରପୁର ବ୍ଲକରେ ଜଳସେଚନର ସୁବିଧା ହେବା ସହ ପାଣି ସମସ୍ୟା ଦୂର ହେବ ବୋଲି କୁହାଯାଇଛି । ଏଥିଲାଗି ପୂର୍ବରୁ ୨୫୦ କୋଟି ଟଙ୍କାର ଏକ ପ୍ରସ୍ତାବ ଜଳସେଚନ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ପଠାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା...

ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର...

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ...

୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି

କେସିଙ୍ଗା,୨୬ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଚଳିତବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଫସଲ ପାକଳ ହେବା ବେଳକୁ ବର୍ଷାର ଅଭାବ...

ଯାଜପୁର, ନୂଆ ଜଗନ୍ନାଥ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ଼, ଦୃଷ୍ଟି ଦେବାକୁ ପ୍ରଶାସନ ନିକଟରେ ଦାବି

ନିରାକାରପୁର, ୨୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ନିରାକାରପୁର ବଜାରରୁ ଲେଣ୍ଡୋ ପଞ୍ଚାୟତର ଯାଜପୁର ଗାଁକୁ ଯିବା ମୁଖ୍ୟ ରାସ୍ତାଟି ଏବେ ଡମ୍ପିଂୟାର୍ଡ଼ ପାଲଟିଛି। ଖାଲି ଯାଜପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri