ବଢୁଛି ସଂକ୍ରମଣ, କମୁଛି ସୁସ୍ଥତା ହାର …

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୮ ହଜାର ୮୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗତ କାଲି ତୁଳନାରେ ଦୈନିକ ସଂକ୍ରମଣ ୫ ପ୍ରତିଶତ କମ୍‌ ରହିଛି।

ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୮୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧ ଲକ୍ଷ ୫୧ ହଜାର ୭୪୦ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର କମି ୯୪.୨୭ ପ୍ରତିଶତରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା ୧୬ ଲକ୍ଷ ୫୬ ହଜାର ୩୪୧ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୯.୬୫ ପ୍ରତିଶତକୁ ବୃଦ୍ଧି ପାଇଛି। ସାପ୍ତାହିକ ସଂକ୍ରମଣ ହାର ୧୪.୪୧ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୬ ହଜାର ୪୫୧ ଛୁଇଁଛି।

Share