ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥବବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭୩ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୪୮୩ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୯୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦ ଜଣ ଚିହ୍ନଟ ହୋଇଛନ୍ତି।
୩,୫୫୬ ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୪୮ ହଜାର ୯୬୦ ଜଣ ସୁସ୍ଥ ହୋଇସାରିଛନ୍ତି। ୩୪ ହଜାର ୨୧୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Share