Categories: ଜାତୀୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ବେଙ୍ଗାଲୁରୁ,୫।୮: କର୍ନାଟକର ୟାଦଗରି ଜିଲାର ଗୁରମାତ୍‌କାଲ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ତେବେ ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଜଣେ ୬ ମାସର ଶିଶୁ ମଧ୍ୟ ରହିଛି। ତେବେ ଆହତଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, ରାଇଚୁର ଜିଲାର ହଟି ଗାଁର ଗୋଟିଏ ପରିବାର ଏକ କାର୍‌ ଯୋଗେ ତେଲେଙ୍ଗାନାର କୋଡାଙ୍ଗାଲ ନିକଟରେ ଥିବା ଦର୍ଘାରୁ ଦର୍ଶନ ସାରି ନିଜ ଗାଁକୁ ଫେରୁଥିଲେ। ଏହି ସମୟରେ ୟାଦଗିର ଜିଲାର ଗୁରମାତ୍‌କାଲର ସାମ୍ନାପଟୁ ଆସୁଥିବା ଏକ ଟ୍ରକ୍‌ କାରକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।

Share