ଏସ୍‌ପ୍ଲାନେଡ୍‌ ମଲ୍‌ରେ ସଡ଼କ ସୁରକ୍ଷା ସପ୍ତାହ

ଭୁବନେଶ୍ୱର,୧୬।୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ମଲ୍‌ ପରିସରରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏପରିକି ରାପିଡୋ, ମ୍ୟାଡ୍‌ ବାଇକର୍‌ ଏବଂ ଏସ୍‌ପ୍ଲାନେଡ୍‌ ମଲ୍‌ର ମିଳିତ ସହଯୋଗରେ ଉକ୍ତ ସପ୍ତାହ ମଲ ପରିସରରେ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର-କଟକ କମିଶନରେଟ ପୋଲିସର ସହକାରୀ ପୋଲିସ କମିଶନର ଜୟନ୍ତ ଦୋରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାପିଡୋ, ମ୍ୟାଡ୍‌ ବାଇକର୍‌ ଏବଂ ଏସ୍‌ପ୍ଲାନେଡ ମଲର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଏହି ଅବସରରେ ଏକ ଅଧିବେଶନର ଆୟୋଜନ ହୋଇଥିଲାବେଳେ ସଡ଼କ ନିରାପତ୍ତାର ଗୁରୁତ୍ୱ ଏବଂ ବିଭିନ୍ନ ନିୟମ ପାଳନ କରିବା କେତେ ମହତ୍‌ ତାହା ଉପରେ ନିମନ୍ତ୍ରିତ ଅତିଥିମାନେ ବିସ୍ତୃତ ଆଲୋଚନା କରିଥିଲେ। ସେହିଭଳି ଅଧିବେଶନରେ ସାମିଲ ହୋଇଥିବା ଗ୍ରାହକମାନଙ୍କୁ ସୁରକ୍ଷା ବ୍ୟବସ୍ଥା ଆଦି ଅତିଥିଙ୍କ ସହ ପରିଦର୍ଶନ ସହିତ ସଚେତନତା ପତ୍ର ବାଣ୍ଟିଥିଲେ। ଏପରିକି ଗ୍ରାହକଙ୍କ ଯୋଗଦାନ କାର୍ଯ୍ୟକଳାପ ସଭାକୁ ଅଧିକ ଆକର୍ଷିତ କରିଥିଲାବେଳେ ସଡ଼କ ସୁରକ୍ଷା ଉପରେ ସାଧାରଣ ସଚେତନତା ପ୍ରଶ୍ନ ପଚରାଯାଇଥିଲା ଏବଂ ବିଜେତା ଗ୍ରାହକମାନଙ୍କୁ ରାପିଡୋ ପକ୍ଷରୁ ହେଲ୍‌ମେଟ୍‌ ଏବଂ ଟି-ଶାର୍ଟ ସହିତ ସମ୍ମାନିତ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ମଲ୍‌ରେ ଏକ ମେଗା ବାଇକ ରାଲିର ଆୟୋଜନ କରାଯାଇଥିଲା। ଉକ୍ତ ବାଇକ ରାଲିରେ ୩୦ ବାଇକ୍‌ ଚାଳକଙ୍କ ସହ ଅନ୍ୟମାନେ ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri