ନକଲି ପୋଲିସ ପୋଷାକ ପିନ୍ଧି କରୁଥିଲେ ଡକାୟତି ଯୋଜନା, ଧରିଲା ଅସଲି ପୋଲିସ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ): ବାଲିଗୁଡ଼ା ପୋଲିସ ଏକ ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କରିଛ। ଘଟଣାରେ ଦୁଇଜଣ ନକଲି ପୋଲିସ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ବାଲିଗୁଡ଼ା ପୋଲିସ ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ ସିନ୍ଦିରି ଗାଁ ଖଡ଼ଗନଦୀ ପୋଲ ନିକଟ ଏକ ଅନ୍ଧାରୁଆ ସ୍ଥାନରେ କିଛି ସନ୍ଦିଗ୍ଧ ଲୁଚି ରହିଥିବା ଦେଖିବାକୁ ପାଇଥିଲା। ପୋଲିସକୁ ଦେଖି ଦୌଡ଼ି ପଳାଇବା ବେଳେ ପିଛା କରି ଦୁଇଜଣଙ୍କୁ ପୋଲିସ କାବୁ କରିବାରେ ସକ୍ଷମ ହୋଇଥିଲା। ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଗିରଫ ଦୁଇଜଣ ପୋଲିସ ଏଏସ୍‌ଆଇ ପୋଷାକ ପିନ୍ଧି ନିଜକୁ ପୋଲିସ ସଜେଇ କିଛି ସ୍ଥାନୀୟ ଦୁର୍ବୃତ୍ତଙ୍କ ସହ ମିଶି ସେହି ରାସ୍ତା ଦେଇ ଯାଉଥିବା ଗାଡ଼ି ଓ ଲୋକମାନଙ୍କ ଠାରୁ ଡକାୟତି କରିବା ପାଇଁ ଏକ ବଡ଼ ଷଡ଼ଯନ୍ତ୍ର କରୁଥିଲେ ବୋଲି ପୋଲିସ କହିଛି । ସେପଟେ ଦୁଇ ନକଲି ପୋଲିସ ନିକଟରୁ ଗୋଟିଏ ମାରୁତି ସୁଇଫ୍ଟ ଡିଜାଏର କାର ନଂ. ଓଡି -୦୫-ଏଜେ- ୬୮୬୬ ସହ ଗୋଟିଏ ଲୁହା ରଡ, ଦୁଇଟି ବେତ ଲାଠି, ଦୁଇହଳ ପୋଲିସ ଡ୍ରେସ, ଗୋଟିଏ ଖେଳଣା ପିସ୍ତଲ, ୭ଟି ପୋଲିସ ଟୋପି ସହ ବିଭିନ୍ନ ମାରଣାସ୍ତ୍ର ଜବତ କରିଛି ପୋଲିସ । ଗିରଫ ଦୁଇଜଣ କଟକ ଜିଲା ଚଣ୍ଡୀ ଛକ ଓ କନିକା ଛକ ଅଞ୍ଚଳର ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ପୋଲିସ ଏନେଇ କେସ ନଂ.୪୬/୨୧ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ବାଲିଗୁଡ଼ା ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri