Posted inଖେଳ

କୋହଲିଙ୍କ ପ୍ରଶଂସାରେ ଶତମୁଖ ରୋହିତ ଶର୍ମା

ତ୍ରିନିଦାଦ,୨୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ବର୍ଷା ଯୋଗୁ ଡ୍ର’ରେ ଶେଷ ହୋଇଥିଲା। ଦ୍ୱିତୀୟ ଟେଷ୍ଟରେ ବର୍ଷା ଯୋଗୁ ଶେଷ ଦିନର ଖେଳ ଆରମ୍ଭ ହୋଇପାରି ନ ଥିଲା। ଏହି ସିରିଜ ଭାରତ ପାଇଁ ବହୁତ ଭଲ ଥିଲା। ଏଥିରେ ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି ଏବଂ ଯଶସୱୀ ଜୟସ୍ବାଲଙ୍କ ଭଳି ଖେଳାଳିମାନେ ଭଲ ଫର୍ମ ପ୍ରଦର୍ଶନ କରିଥିଲେ। ଏହି ତିନି ଖେଳାଳି ଶତକ ହାସଲ କରିଥିଲେ। ଏଥି ସହିତ ସିରିଜ ଶେଷ ହେବା ପରେ ରୋହିତ ଶର୍ମା ବିରାଟ କୋହଲିଙ୍କୁ ପ୍ରଶଂସା କରିଛନ୍ତି।
ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ବ୍ୟାଟିଂ କରୁଥିବାବେଳେ କୋହଲି ୧୧ ଚୌକା ସହାୟତାରେ ୧୨୧ ରନ ସଂଗ୍ରହ କରିଥିଲେ। ଏହି ଇନିଂସ ମାଧ୍ୟମରେ ବିରାଟ ଭାରତ ପାଇଁ ଇନିଂସ ପରିଚାଳନା କରିଥିଲେ ଏବଂ ଦଳକୁ ମୋଟ ୪୩୮ ରନରେ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହା ଉପରେ ରୋହିତ ଶର୍ମା କହିଛନ୍ତି, କଠିନ ପରିସ୍ଥିତିରେ ବିରାଟ କୋହଲିଙ୍କ ଭଳି ଖେଳାଳି ଆବଶ୍ୟକ, ୪ ଉଇକେଟ୍‌ ହରାଇବା ପରେ କୋହଲି ଚମତ୍କାର ବ୍ୟାଟିଂ କରିଥିଲେ।
ସିରିଜର ପ୍ରଥମ ମ୍ୟାଚରେ ରୋହିତ ଶର୍ମା ମଧ୍ୟ ଶତକ ହାସଲ କରିଥିଲେ। ସେ ୧୦ ଚୌକା ଓ ୨ ଛକା ସହାୟତାରେ ୧୦୩ ରନ ସଂଗ୍ରହ କରିଥିଲେ। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ଦଶମ ଶତକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri