ସିଆର୍‌ପିଏଫ୍‌ ୨୧୬ ବାଟାଲିୟନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ

ନୂଆପଡ଼ା୯୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଜାମଗାଁ ସିଆର୍‌ପିଏଫ୍‌ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟାନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଷ ମୁଖ୍ୟଅତିଥି ଓ ଡେପୁଟି କମାଣ୍ଡାଣ୍ଟ ଧନ୍ନରାମ ଯାଦବ, ସୁନାବେଡା ସରପଞ୍ଚ ରଜନୀ ଜଗତ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ମାଓବାଦୀ ପ୍ରବଣ ଅଞ୍ଚଳରେ ମହିଳାମାନେ କିପରି ସ୍ବାବଲମ୍ବୀ ହୋଇ ରୋଜଗାରକ୍ଷମ ହେବେ ସେଥିପାଇଁ ୨୧୬ ବାଟାଲିୟନ ପକ୍ଷରୁ ବିଭିନ୍ନ ସ୍ବୟଂ ସହାୟକ ମହିଳା ଗୋଷ୍ଠୀଙ୍କୁ ମହୁମାଛି ପାଳନ ପାଇଁ ବାକ୍ସ, ମହମବତୀ ତିଆରି ଯନ୍ତ୍ର ପ୍ରଦାନ କରାଯାଇଥିଲା। ଏଥିପାଇଁ ସ୍ବତନ୍ତ୍ର ତାଲିମ ବ୍ୟବସ୍ଥା କରାଯିବ ବୋଲି କମାଣ୍ଡାଣ୍ଟ ଯୋଷ ସୂଚନା ଦେଇଛନ୍ତି। ଅଭୟାରଣ୍ୟ ଅନ୍ତର୍ଗତ ଭାଓସିଲ ଗାଁରେ ଏହି କାର୍ଯ୍ୟକ୍ରମ ହୋଇଥିବା ବେଳେ ଅତିଥି ଭାବରେ ସିଆର୍‌ପିଏଫ୍‌ ଡାକ୍ତର ଏମ୍‌ ସୁପ୍ରିୟା, ଡେପୁଟି କମାଣ୍ଡାଣ୍ଟ ମୁକେଶ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ...

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ମଝି ରାସ୍ତାରେ ବୁଲାଇଲେ ଫାର୍ସା ,ପୋଲିସ ବାଡ଼ି ଛଡ଼ାଇ ଦୌଡ଼ିଲାଳ ବେଳେ…

ପାରାଦୀପ, ୨୧।୪: ବିଚ ରାସ୍ତାରେ ଫାର୍ସା ଧରି ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ଏଭଳି ଘଟଣା ଘଟିଛି କଟକ-ପାରାଦୀପ ରାସ୍ତା କୁଜଙ୍ଗ ବଳରାମପୁରରେ । ଫାର୍ସା ବୁଲାଇବାରୁ...

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ...

ବିଶ୍ୱହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ବିକ୍ଷୋଭ

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର): ଦେଶର ସଂସଦ ଦ୍ୱାରା ପାରିତ ୱାକଫ ବିଲକୁ ଆଳ କରି ପଶ୍ଚିମବଙ୍ଗରେ ହିନ୍ଦୁଙ୍କ ଉପରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପକ୍ଷରୁ ଅତ୍ୟାଚାର, ହିଂସା, ପୋଡାଜଳା...

ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଟପିଲା ତାତି, ଆଗକୁ ଆହୁରି ବଢିବ

ଭୁବନେଶ୍ୱର,୨୧।୪: ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ...

ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା 

ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image