ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ରାଜ୍ୟସରକାର ଗୁରୁତର ସହ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବୁଧବାର ଉକ୍ତ ଗାଁରେ ଆରଡିସି ରୁପା ରୋଶନ ସାହୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତାଙ୍କ ସହ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ମଧ୍ୟ ଉପସ୍ଥିତ ରହିଛନ୍ତି। ଆରଡିସିଙ୍କ ତଦନ୍ତ ସମୟରେ ମୃତକଙ୍କ ପରିବାର ଏବଂ ଗୁରୁତରଙ୍କ ପରିବାରଙ୍କୁ ଭେଟି ପଚରାଉଚରା କରିଛନ୍ତି। ପୁଣି ଆସନ୍ତା ୧୧ରେ ଆରଡିସି ରୁପା ରୋଶନ ସାହୁ ମାଣ୍ଡିପଙ୍କା ତଦନ୍ତ ପାଇଁ ଆସିବେ ଓ ତଦନ୍ତ ରିପୋର୍ଟ ଗଣମାଧ୍ୟମକୁ ଜଣାଯିବ ବୋଲି କହିଛନ୍ତି। ସେଠାରୁ ଫେରି ଆରଡିସି ବ୍ରାହ୍ମଣୀଗାଁ ବହୁମୁଖି ସମବାୟ ସମିତି ଯେଉଁଠି ପଡିଏସ ଚାଉଳ ବଣ୍ଟନ କରାଯାଉଛି ଉକ୍ତ କେନ୍ଦ୍ରରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ସେଠାକାର ପରିବେଶ ଦେଖି ଆରଡିସି ଉଦ୍‌ବେଗ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବାପରେ ଆରଡିସିଙ୍କ ଏହା ପ୍ରଥମ ତଦନ୍ତ ବୋଲି ଜଣାପଡିଛି। ଏହି ତଦନ୍ତ ସମୟରେ ବିଭିନ୍ନ ବିଭାଗ ଅଧିକାରୀ ମାନେ ଉପସ୍ଥିତଥିଲେ ।

ଅନ୍ୟପକ୍ଷେ, ଏସ୍ସିବିରେ ଚିକିତ୍ସାଧୀନ ଥିବା ୨ ମହିଳାଙ୍କୁ ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟିଥିଲେ। ସେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ୨ ଗୁରୁତର ରୋଗୀ ଜିତା ମାଝୀ ଏବଂ ଟୁନି ମାଝୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଉଭୟଙ୍କୁ ଉତ୍ତମରୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ଡାକ୍ତର ଓ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image