ହିନ୍ଦୀ ଶିକ୍ଷକଙ୍କ ଘରୁ ୪ କୋଟି ୯୩ ଲକ୍ଷର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୧୪ା୧୦- ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରିଛି। ଝାଡ଼ାଙ୍କୋଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗର ଦ୍ୱିତୀୟ ଲାଇନ୍‌ ଘର, ବ୍ରହ୍ମାନଗରସ୍ଥିତ ଘର, କୋଟଲିଙ୍ଗିରେ ଥିବା ପୈତୃକ ଘର, ଚିକିଟି ଲକ୍ଷ୍ମୀପୁରସ୍ଥିତ ଘରୋଇ ସ୍କୁଲ, ଯଶୋଦା ହାଇସ୍କୁଲ ଅଫିସରେ ଏକକାଳୀନ ଚଢ଼ାଉ କରିଥିଲା। ଯାଞ୍ଚ ପରେ ଶିକ୍ଷକ ସାହୁ ଓ ତାଙ୍କ ପରିବାରବର୍ଗଙ୍କ ନାମରେ ମୋଟ ୪କୋଟି ୯୩ ଲକ୍ଷ ୯୭ ହଜାର ୨୪୪ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଭିଜିଲାନ୍ସ ବିଭାଗ ଠାବ କରିଛି । ସେହିପରି ସମ୍ପତ୍ତି ତାଲିକା ମଧ୍ୟରେ ବ୍ରହ୍ମାନଗରରେ ୫ମହଲା, ବୈକୁଣ୍ଠନଗରରେ ୩ମହଲା ଘର, ଗୋପାଳପୁରରେ ଫ୍ଲାଟ୍‌, ୧୦ ଜମି, ଭୁବନେଶ୍ୱର ଓ ପୁରୀରେ ଆପାର୍ଟମେଣ୍ଟ ଆଦି ରହିଛି। ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ବ୍ୟାଙ୍କ ଜମା ରହିଥିବା ଭିଜିଲାନ୍ସ ବିଭାଗ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri