ଶାରୀରିକ ପରୀକ୍ଷା ବେଳେ ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର, ୪ା୩(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍‌ ଷ୍ଟକ୍‌ ଇନ୍ସପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯିବ।

Share