Posted inଜାତୀୟ

ମାଟି ତଳୁ ବାହାରିଲା ୫ କୋଟି ଟଙ୍କାର ଅଳଙ୍କାର: ଲୁଟି ନେଲେ ଲୋକେ

ପାଟନା, ୨୧।୮- ବିହାରର ମୁଜାଫରପୁର ନିକଟ ସାହେବଗଞ୍ଜ ନିକଟରେ ଏକ ଭଙ୍ଗା ଘରର କାନ୍ଥ ଖନନ ସମୟରେ ମାଟି ତଳୁ ବାହାରିଛି ଅଳଙ୍କାର। ୬ଟି ପିତଳ ବାକ୍ସରେ ସୁନା ଓ ରୂପା ଭର୍ତ୍ତି ଅଳଙ୍କାର ବାହାରିଛି। ତେବେ ଉକ୍ତ ଅଳଙ୍କାରକୁ ୪ ଜଣ ବ୍ୟକ୍ତି ଲୁଟି ନେଇଥିବା ଜମି ମାଲିକ ଚନ୍ଦ୍ରଶେଖର ଆଜାଦ ସ୍ଥାନୀୟ ଥାନାରେ ଅଭିଯୋଗ କରିଛନ୍ତି।
ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଅଗଷ୍ଟ ୧୮ରେ ଜେସିବି ମେଶିନ ସାହାଯ୍ୟରେ ଘରର କାନ୍ଥ ଖୋଳା ଯାଉଥିଲା। ସେହି ସମୟରେ ମାଟି ତଳୁ ୬ଟି ପିତ୍ତଳ ବାକ୍ସ ମିଳିଥିଲା। ଉକ୍ତ ବାକ୍ସକୁ ଭଙ୍ଗା ଯିବା ପରେ ସେଥିରେ ଭର୍ତ୍ତି ହୋଇଥିବା ସୁନା ଓ ରୂପା ଅଳଙ୍କାର ଗୁଡିକ ମାଟିରେ ବିଛାଡି ହୋଇପଡିଥିଲା। ଯାହାର ଆନୁମାନିକ ମୂଲ୍ୟ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ। ସେହି ସମୟରେ ସେଠାରେ ଉପସ୍ଥିତ ଥିବା ୪ ଜଣ ଲୋକ ଏହାକୁ ଲୁଟ କରି ନେଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ’ କଳହରୁ ଡିନାମାଇଟ ଲଗାଇ ଘର ଉଡାଇ ଦେଇଥିଲେ ସ୍ୱାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନରେ ଡିନାମାଇଟ ଦ୍ଵାରା ଘର ବିସ୍ଫୋରଣ ଘଟଣାରେ ଅଭିଯୁକ୍ତଙ୍କୁ ତଦନ୍ତକାରୀ...

ତରଭୁଜ ବୋଝେଇ ଟ୍ରକରୁ ମିଳିଲା ୧୪୦ କେଜି ଗଞ୍ଜେଇ: ମାଷ୍ଟରମାଇଣ୍ଡ ହୋମ୍‌ଗାର୍ଡ ଗିରଫ

ବାଉଁଶୁଣୀ,୧୧।୪: ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ମାଷ୍ଟରମାଇଣ୍ଡ ମନମୁଣ୍ଡା ଥାନା ହୋମଗାର୍ଡ ସମାରୁ ସେଠୀଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ସହ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ...

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ସୁନିତ ମିଶ୍ର): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ...

ନୂଳକୂପରୁ ବାହାରୁଛି ଦୂଷିତ ପାଣି, ଏହାକୁ ପିଇ ରୋଗାକ୍ରାନ୍ତ ହେଉଛନ୍ତି ଗ୍ରାମବାସୀ

ମୋହନା,୧୧ା୪,(ମନ୍ମଥ ମିଶ୍ର): ନଳକୂଅରୁ ବାହାରୁଛି ନାଲି ପାଣି l ସେହି ଦୂଷିତ ପାଣି ପିଇ ନାନା ରୋଗର ଶିକାର ହେଉଛନ୍ତି ଗ୍ରାମବାସୀ l ଯେଉଁ ପାଣି...

୧୩୧ ବର୍ଷରେ ପହଞ୍ଚିଲା ବ୍ୟାଙ୍କ: ୧୬୦ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଋଣ ଦେଇ କଲା ରେକର୍ଡ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ତା’ର ୧୩୧ବର୍ଷ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଶାଖା ପରିଚାଳକ...

ବାରମ୍ବାର ପାଟିରେ ଘା’ ହେଉଥିଲେ ରୁହନ୍ତୁ ସାବଧାନ! ହୋଇପାରେ ଏହି ସାଂଘାତିକ ରୋଗର ଲକ୍ଷଣ

ପାଟିରେ ଘା’ ହେବା ସାଧାରଣ କଥା, କିନ୍ତୁ କେତେକ ସମୟରେ ଏହି ଘା’ ଏକ ଗମ୍ଭୀର ରୋଗର ଲକ୍ଷଣ ମଧ୍ୟ ହୋଇପାରେ। ତେଣୁ ପାଟି ଘା’...

ରାଜସ୍ବ ବିଭାଗର ବଡ଼ ଆକ୍ସନ; ୧୮ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୪: ରାଜ୍ୟରେ ଦୁର୍ନୀତିଗ୍ରସ୍ଥ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର। ଶତାଧିକ ପାର୍ଟ ପ୍ଲଟ୍ ବା ସବ୍‌ ପ୍ଲଟ୍ ପଞ୍ଜୀକୃତ କରାଇଥିବା ଅଧିକାରୀଙ୍କ ଉପରେ ଆକ୍ସନ...

୨୮,୩୯୦ କୋଟି ଟଙ୍କାର ମାଲିକଙ୍କୁ ମୁହଁତୋଡ଼ ଜବାବ ଦେଲେ ରାହୁଲ

ବେଙ୍ଗାଲୁରୁ,୧୧।୪: ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ପରାସ୍ତ କରିଛି। ଏହି ବିଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image