ଗବେଷଣା ଲାଗି ଖର୍ଚ୍ଚ ହେବ ୫୦ ହଜାର କୋଟି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୭। ୭(ବ୍ୟୁରୋ): କେନ୍ଦ୍ର ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ଗୁରୁତ୍ୱ ଦେଉଛନ୍ତି। ଏନେଇ ନୂଆ ଜାତୀୟ ଶିକ୍ଷାନୀତି (ଏନ୍‌ଇପି-୨୦୨୦) ଅନୁଯାୟୀ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଏଫ୍‌) ଗଠନ ସହ ୫ ବର୍ଷରେ ୫୦ ହଜାର କୋଟିରୁ ଊଦ୍ଧର୍‌ବ ଟଙ୍କା ଖର୍ଚ୍ଚ କରିବା ଯୋଜନା ରଖାଯାଇଛି ବୋଲି ଲୋକ ସଭାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ଏନ୍‌ଆର୍‌ଏଫ୍‌ ଜରିଆରେ ଗବେଷଣା ଏବଂ ବିକାଶ (ଆର୍‌ ଆଣ୍ଡ ଡି), ଶିକ୍ଷାନୁଷ୍ଠାନ ଏବଂ ଶିଳ୍ପ ମଧ୍ୟରେ ଯୋଗସୂତ୍ର ରକ୍ଷା କରାଯାଇପାରିବ। ଏନ୍‌ଆର୍‌ଏଫ୍‌ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଶିକ୍ଷାନୁଷ୍ଠାନ ବିଶେଷ ଭାବେ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଗବେଷଣାକୁ ପ୍ରୋତ୍ସାହନ ଦିଆଯିବ। ୩୪ ବର୍ଷ ପରେ ୨୯ ଜୁଲାଇ ୨୦୨୦ରେ ଭାରତ ସରକାର ଜାତୀୟ ଶିକ୍ଷାନୀତି-୨୦୨୦ ଘୋଷଣା କଲେ। ଶିକ୍ଷା କ୍ଷେତ୍ରରେ ଏକ ପରିବର୍ତ୍ତନ ଆଣିବା ଏହାର ଲକ୍ଷ୍ୟ ଥିଲା। ଏହାର ପ୍ରମୁଖ ଉଦ୍ଦେଶ୍ୟ ଥିଲା ଶିକ୍ଷା କ୍ଷେତ୍ରରେ ଆଞ୍ଚଳିକ ଭାଷାକୁ ଅଗ୍ରାଧିକାର ଦେଇ ଏହାର ବ୍ୟବହାର କରିବା।

Share