ରୁଚି ଫେଷ୍ଟିଭାଲ ବୋନାଞ୍ଜା ଅଫର: ସନୁ ବେହେରା ଜିତିଲେ ମାରୁତି ସ୍ବିଫ୍ଟ କାର୍‌

ଭୁବନେଶ୍ୱର,୨୩ା୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରୁଚି ଫୁଡ୍‌ଲାଇନର ବହୁ ପ୍ରତୀକ୍ଷିତ ଯୋଜନା ‘ରୁଚି ଫେଷ୍ଟିଭାଲ ବୋନାଞ୍ଜା ଅଫର’ରେ ଜଣଙ୍କୁ କାର୍‌ ଓ ୫ ଜଣ ଗ୍ରାହକଙ୍କୁ ଇ-ସ୍କୁଟର ପୁରସ୍କାର ସ୍ବରୂପ ଏହି ଉପହାରମାନ ପ୍ରଦାନ କରାଯାଇଛି। ରୁଚି ଫୁଡ୍‌ଲାଇନ ପକ୍ଷରୁ ଶନିବାର ଭୁବନେଶ୍ୱରଠାରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ଅନୁଗୋଳ ସହରର ସନୁ ବେହେରାଙ୍କୁ ପ୍ରଥମ ପୁରସ୍କାର ସ୍ବରୂପ ମାରୁତି ସ୍ବିଫ୍ଟ କାର୍‌ ପ୍ରଦାନ କରାଯାଇଥିଲାବେଳେ କେନ୍ଦୁଝର ଜିଲା ବଡ଼ବିଲ୍‌ର ଇନ୍ଦୁମତୀ ସାହୁ, ବାଲେଶ୍ୱର ଜିଲା ସୋରର ତିଳୋତ୍ତମା ନାୟକ, ମୟୂରଭଞ୍ଜ ଜିଲା ବିଶୋଇର ବାବୁଲା ପାତ୍ର, ବ୍ରହ୍ମପୁରର ବୈଷ୍ଣବୀ ସାମନ୍ତରା, ରାୟଗଡ଼ାର ବାର୍ଥଲୋମି ସେନାପତିଙ୍କୁ ଇ-ସ୍କୁଟର ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ଏହି ଅବସରରେ ରୁଚିର ମାର୍କେଟିଂ ହେଡ୍‌ ଦେବବ୍ରତ ପଟ୍ଟନାୟକ ରୁଚି ଫୁଡ୍‌ଲାଇନ୍‌ର ନୂତନ ଇ-କମର୍ସ ପ୍ଳାଟ୍‌ଫର୍ମ ଏବଂ ମୋବାଇଲ ଆପ୍‌ ‘ରୁଚି ଷ୍ଟୋର’କୁ ଅନାବାରଣ କରିଥିଲେ।

ସେହିଭଳି ଏକ ବାର୍ତ୍ତା ଜରିଆରେ ବିଶିଷ୍ଟ ଉଦ୍ୟୋଗୀ ତଥା ‘ରୁଚି’ର ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ କହିଥିଲେ, ଓଡ଼ିଶାର ୧ ନମ୍ବର ମସଲା ବ୍ରାଣ୍ଡ୍‌ ଭାବେ ବହୁ ଲୋକପ୍ରିୟତା ଅର୍ଜନ କରିଥିବା ରୁଚି ଉଦ୍ୟୋଗ ୪୯ବର୍ଷର ଯାତ୍ରା ମଧ୍ୟରେ କୋଟି କୋଟି ଗ୍ରାହକଙ୍କର ବିଶ୍ୱସନୀୟତାକୁ ପାଥେୟକରି ଅନେକ ସଫଳତା ପାଇଛି ବୋଲି ସେ ବିସ୍ତୃତ ଭାବେ ମତବ୍ୟକ୍ତ କରିଥିଲେ। ସେହିପରି ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ କ୍ଷେତ୍ରରେ ଗ୍ରାହକମାନଙ୍କ ପାଇଁ ଓଡ଼ିଶାରେ ଏହା ଏକ ବଡ଼ ପୁରସ୍କାର ଏବଂ ଜାତୀୟସ୍ତରରେ ନିଜର ଗୁଣବତ୍ତା ଓ ସଫଳତା ପାଇଁ ରୁଚି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି ଅତିଥି ଭାବେ ଯୋଗଦେଇ ରୁଚିର ନିର୍ଦ୍ଦେଶିକା ରଶ୍ମୀ ସାହୁ, ସଲିନା ସାହୁ ଓ ରୁଚିର ନିର୍ଦ୍ଦେଶକ ଡ.ସୌରେନ୍ଦ୍ର କୁମାର ମହାପାତ୍ର କହିଥିଲେ। ଅନ୍ୟତମ ଅତିଥି ଭାବେ ରୁଚିର ମୁଖ୍ୟ ମହାପ୍ରବନ୍ଧକ ମହେନ୍ଦ୍ର ଷଡ଼ଙ୍ଗୀ ଏବଂ ବିତରକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri