ବିକଶିତ ଓଡ଼ିଶା ଗଠନରେ ଭାଗୀଦାର ହେବ ରୁଚି

ଭୁବନେଶ୍ୱର,୮ା୭(ଅଭୟ ଦାଶ): ବିଗତ ୪୯ବର୍ଷ ଧରି ସମାଜର ବିବିଧ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା କୃତୀ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରି ରୁଚି ଏକ ମହନୀୟ ପରମ୍ପରା ସୃଷ୍ଟି କରିଛି। ଏପରିକି କୋମଳମତି ଛାତ୍ରୀଛାତ୍ରମାନଙ୍କ ଜୀବନ ଗଠନ ପାଇଁ ପ୍ରାରମ୍ଭିକ ଅବସ୍ଥାରେ ଏହି ଅନୁଷ୍ଠାନ ସେମାନଙ୍କୁ ପ୍ରେରଣା ପ୍ରଦାନ କରି ଯେଉଁ ଅଭିନବ ପ୍ରୟାସ କରିିଆସିଛି,ତାହା ଅତ୍ୟନ୍ତ ପ୍ରଶଂସନୀୟ ବୋଲି କଟକ ଜିଲାପାଳ ଅରିନ୍ଦମ ଡାକୁଆ ୪୯ତମ ରୁଚି ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏଭଳି କିଛି ମତ ବ୍ୟକ୍ତ କରିଛନ୍ତି।

ମଧୁପାଟଣା ଶିଳ୍ପାଞ୍ଚଳସ୍ଥିତ ରୁଚି ଶିଳ୍ପୋଦ୍ୟୋଗ ପରିସରସ୍ଥିତ ଶ୍ରୀ ଲକ୍ଷେଶ୍ୱର ମଣ୍ଡପଠାରେ ଆୟୋଜିତ ଭବ୍ୟ ସମାରୋହରେ ‘ରୁଚି’ର ନିର୍ଦ୍ଦେଶକ ତଥା ଭାରତୀୟ ମହାବୋଧି ସୋସାଇଟିର ଟ୍ରଷ୍ଟି ଡ.ସାୈରେନ୍ଦ୍ର କୁମାର ମହାପାତ୍ର, ନିର୍ଦ୍ଦେଶକ ଅରବିନ୍ଦ ସାହୁ, ମୁଖ୍ୟ ମହାପ୍ରବନ୍ଧକ ମହେନ୍ଦ୍ର ଷଡ଼ଙ୍ଗୀ, ନିର୍ଦ୍ଦେଶିକା ସଙ୍ଗୀତା ସାହୁ, ସଲିନା ସାହୁ ଓ ରଶ୍ମୀ ସାହୁ ପ୍ରମୁଖ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ରୁଚିର ପରିଚାଳନା ନିର୍ଦ୍ଦେଶକ ଡ.ଶରତ କୁମାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରୁଚିର ଆଗାମୀ ସୁବର୍ଣ୍ଣ ଜୟନ୍ତୀ ବର୍ଷ ଅବସରରେ ବିଭିନ୍ନ ସାମାଜିକ ଓ ଲୋକକଲ୍ୟାଣମୂଳକ କାର୍ଯ୍ୟକ୍ରମ ଜରିଆରେ ନୂଆ ଓଡ଼ିଶା ଗଠନ ସହିତ ନୂତନ ସଂକଳ୍ପ ବିଷୟରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।

‘ରୁଚି’ର ଲୋକସମ୍ପର୍କ ବିଭାଗ ମୁଖ୍ୟ ଶୁଭେନ୍ଦୁ କୁମାର ଭୂୟାଁ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ କଣ୍ଠଶିଳ୍ପୀ ମାନସୀରାଣୀ ପାତ୍ରଙ୍କୁ ‘ରୁଚି କଳା ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ରୁଚି ପରିବାରର କର୍ମଚାରୀମାନଙ୍କ ମାଟ୍ରିକ ଉତ୍ତୀର୍ଣ୍ଣ ୪୪ଜଣ ଛାତ୍ରୀଛାତ୍ରଙ୍କୁ ଅର୍ଥରାଶି ପୁରସ୍କାର ସହିତ ରୁଚି ବିଦ୍ୟାର୍ଥୀ ସମ୍ମାନ, ୨୦ଜଣ କର୍ମଚାରୀଙ୍କୁ ୫ହଜାର ଟଙ୍କା ଲେଖାଏଁ ଅର୍ଥରାଶି ପୁରସ୍କାର ଏବଂ ୪୯ଜଣ କର୍ମଚାରୀଙ୍କୁ ବିଶେଷ ଉପଢ଼ାୈକନ ସହିତ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ଆର୍ଥିକ ବର୍ଷରେ ୧୦,୦୦୦ ନୂଆ କର୍ମଚାରୀ ନିଯୁକ୍ତ କରିବ ଭାରତୀୟ ଷ୍ଟେଟ ବ୍ୟାଙ୍କ

ମୁମ୍ବାଇ,୬ା୧୦: ଦେଶର ସର୍ବ ବୃହତ ଋଣ ପ୍ରଦାନକାରୀ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏହାର ସାଧାରଣ ବ୍ୟାଙ୍କିଙ୍ଗ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ବୈଷୟିକ...

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ...

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର...

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର...

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ...

ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri