ଆସିଲା ରୁଚିକାଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୫।୭(ବ୍ୟୁରୋ): ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ବ୍ୟବଚ୍ଛେଦ ରିପୋର୍ଟ। ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ସ୍ପଷ୍ଟ ହୋଇଛି। କମିଶନରେଟ୍‌ ପୋଲିସ ଏହି ରିପୋର୍ଟ ସମ୍ପର୍କରେ ସୂଚନା ଦେଇଛନ୍ତି। ତେବେ ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା ଲ୍ୟାବ୍‌କୁ ପଠାଯାଇଛି।
ସୂଚନାନୁସାରେ, ଶନିବାର ବିଜେବି କଲେଜ ଛାତ୍ରୀ ନିବାସରୁ ରୁଚିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିଲା। ଅନ୍ୟପଟେ, ରୁଚିକାଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ନ୍ୟାୟ ଦାବିରେ ଛାତ୍ର କଂଗ୍ରେଦ ପ୍ରତିବାଦ କରିଛନ୍ତି।

Share