ଡ୍ରଗ୍ସ ମାଫିଆ ସୋମନାଥଙ୍କ ହତ୍ୟାକାଣ୍ଡ: ମାଷ୍ଟରମାଇଣ୍ଡ ସଞ୍ଜୁ ସମେତ ୬ଗିରଫ

ଖୋର୍ଦ୍ଧା,୧୪।୭(ପ୍ରଭାତ ପାଣିଗ୍ରାହୀ): ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଓରଫ ପାକୁ ହତ୍ୟାକାଣ୍ଡର ପୋଲିସ ପର୍ଦ୍ଦାଫାସ କରିଛି। ଏହି ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଡ୍ରଗ୍ସ ଓ ଖଣି ମାଫିଆ ଭାଳିଆବଡି ଅଞ୍ଚଳର ସଞ୍ଜୟ ପ୍ରଧାନ ଓରଫ ସଞ୍ଜୁ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କଠାରୁ ୪ ପିସ୍ତଲ, ୧୧ ଜୀବନ୍ତ ଗୁଳି, ୧୦ ମୋବାଇଲ ଏବଂ ୬ଟି ଗାଡ଼ି ଜବତ ହୋଇଛି। ପୂର୍ବ ବ୍ୟବସାୟିକ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା କୁହାଯାଇଛି।
ଏ ନେଇ ଶୁକ୍ରବାର ଜିଲା ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ସିଦ୍ଧାର୍ଥ କଟରିଆ ସୂଚନା ଦେଇଛନ୍ତି । ଏହି ହତ୍ୟାକାଣ୍ଡରେ ପୂର୍ବରୁ ଦୁଇଜଣଙ୍କୁ ଗିରଫ କରାଯାଇଥିଲା। ଗିରଫ ସଂଖ୍ୟା ୮ରେ ପହଞ୍ଚିଛି। ଅନ୍ୟଜଣେ ଫେରାର ଅଛନ୍ତି। ତାଙ୍କୁ ଖୁବଶୀଘ୍ର ଗିରଫ କରାଯିବ। ଏଥିରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ତାହାର ତଦନ୍ତ ଜାରି ରହିଛି। ମାଷ୍ଟରମାଇଣ୍ଡ ସଞ୍ଜୁକୁ ରିମାଣ୍ଡରେ ଅଣାଯିବ। ଘଟଣାସ୍ଥଳର ସିନ୍‌ କ୍ରିଏଶନ କରାଯିବ। ଡ୍ରଗ୍ସ ମାଫିଆ ସୋମନାଥ ଜେଲରୁ ମୁକୁଳିବା ପରେ ମାଛ ବସାୟ କରୁଥିଲା। ଏହି ସମୟରେ ସଞ୍ଜୁ ମଧ୍ୟ ଜାମିନରେ ଆସିଥିଲା। ଉଭୟଙ୍କ ମଧ୍ୟରେ ଶତ୍ରୁତା ରହିଥିଲା। କାଳେ ସୋମନାଥ ତାଙ୍କୁ ଗୁଳି କରି ମାରିଦେବ ସେ ଭୟ ସଞ୍ଜୁର ରହିଥିଲା। ଏଣୁ ତାଙ୍କୁ ସବୁଦିନ ରାସ୍ତାରୁ ହଟାଇ ଦେବାଲାଗି ଷଡଯନ୍ତ୍ର କରିଥିଲା। ପୂର୍ବରୁ ମଧ୍ୟ ତାଙ୍କୁ ହତ୍ୟା ଯୋଜନା କରି ବିଫଳ ହୋଇଥିଲା। ଏନେଇ ସେ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ରେ ରହୁଥିବା ସହଯୋଗୀଙ୍କ ସହ ଆଲୋଚନା କରିଥିଲା। ଏଥିଲାଗି ଚୋରା ଗାଡି ଏବଂ ବନ୍ଧୁକ, ମାରଣାସ୍ତ୍ର ଯୋଗାଡ କରିଥିଲା। ଗତ ୭ ତାରିଖ ରାତିରେ ସୋମନାଥ ସାମନ୍ତରାପୁର ଠେଙ୍ଗାହାଟ ଛକରେ ମୋବାଇଲ କଥା ହେଉଥିବା ବେଳେ ଏହି ସମୟରେ ଦୁର୍ବୃତମାନେ ବୋଲୋରୋ ପିକଅପ୍‌ରେ ଆସି ୪ଜଣ ୮ରାଉଣ୍ଡ ଗୁଳିମାଡ କରିଥିଲେ। ୪ଟି ଗୁଳି ତାଙ୍କ ହାତ, ଛାତି ଓ ପେଟରେ ବାଜିଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ ଖୋର୍ଦ୍ଧାର ପରେ ଭୁବନେଶ୍ୱରସ୍ଥିତ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୯ ତାରିଖ ରାତିରେ ମୃତ୍ୟୁ ଘଟିଥିଲା। ଏନେଇ ପରିବାର ଲୋକଙ୍କ ଅଭିଯୋଗ ଉପରେ ଏକ ହତ୍ୟା ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଥିଲା। ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସଙ୍କ ନେତୃତ୍ୱରେ ୩ଜଣିଆ ଟିମ୍‌ ବିଭିନ୍ନସ୍ଥାନରେ ଚଢାଉ ଜାରି ରଖିଥିଲା। ଗତ ଜୁଲାଇ ପହିଲାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଥିଲା। ଏହି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ, ଥାନାଧିକାରୀ ତାରିକ ଅହମଦ, ତଦନ୍ତ ଅଧିକାରୀ ଅତିରିକ୍ତ ଆଇଆଇସି କାହ୍ନୁଚରଣ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri