ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ

ପୁରୀ ଅଫିସ,୧୭।୧୧: ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏହି ବ୍ୟବସ୍ଥା ୨ ଦିନ ପାଇଁ କରାଯାଇଛି। ବୁଧବାର ଏବଂ ଗୁରୁବାର ଅର୍ଥାତ ୧୭ ଓ ୧୮ ତାରିଖ ଏହି ଦୁଇ ଦିନ ଦର୍ଶନ ସକାଳ ୭ରୁ ରାତି ୧୧ଟା ପର୍ଯ୍ୟନ୍ତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ବନ୍ଦ ରହିବ। କରୋନା ସଂକ୍ରମଣ ଏବଂ ଭିଡକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି।

Share