ସରକାରୀ ଦଳ ଅସହିଷ୍ଣୁତାର ସୀମା ଟପିଛି: ବିଜେଡି

ଭୁବନେଶ୍ୱର,୭।୯(ଅନିଲ ଦାସ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ ରାଜ୍ୟ ସରକାର ତଥା ଭାଜପା ଯେଉଁଭଳି ଭାବେ ବିରୋଧୀ ଦଳଙ୍କ ପାଟି ବନ୍ଦ କରିବାକୁ ମିଛର ସାହାରା ନେଉଛି ତାହା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ।
ସରକାରୀ ଦଳ ଅସହିଷ୍ଣୁତାର ସବୁ ସୀମା ଟିପିଛି ବୋଲି ବିଜେଡି ବିଧାୟକ ଗଣେଶ୍ୱର ବେହେରା କହିଛନ୍ତି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ଗଣତନ୍ତ୍ରରେ ସହନଶୀଳତା ଏକାନ୍ତ ଆବଶ୍ୟକ। ବିଧାନସଭାରେ ବିରୋଧୀ ଦଳ ରେଭେନ୍‌ଶାର ନାଁ ପରିବର୍ତ୍ତନକୁ ବିରୋଧ କରିବା ସହ ଏହା ଉପରେ ସରକାରୀ ଦଳଠାରୁ କୈଫିୟତ ମାଗିଛନ୍ତି। ସରକାରୀ ଦଳ ଏପର୍ଯ୍ୟନ୍ତ ନୀରବ ରହିବା ଆଶ୍ଚର୍ଯ୍ୟ କରିଛି। ରେଭେନ୍‌ଶା ବିବାଦ ପ୍ରସଙ୍ଗରେ ରାଜ୍ୟର ସବୁ ବର୍ଗର ବ୍ୟକ୍ତି ଯଥା ଛାତ୍ରୀଛାତ୍ର, ପୁରାତନ ଛାତ୍ର ସଂଘ, ବୁଦ୍ଧିଜୀବୀ ଓ ନାଗରିକ ସମାଜ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ନାମ ପରିବର୍ତ୍ତନ ପ୍ରସ୍ତାବ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଗୋଟିଏ ଦାୟିତ୍ୱ ସମ୍ପନ୍ନ ରାଜନୈତିକ ଦଳ ହିସାବରେ ବିଜେଡି ମଧ୍ୟ ଏହାକୁ ବିରୋଧ କରିଛି। କିନ୍ତୁ ଅସହିଷ୍ଣୁତାର ଚରମସୀମା ଭାବେ ବିଜେଡିର ୩ଜଣ ନେତାଙ୍କ ବିରୋଧରେ ଭାଜପା ଆମର୍‌ସ ଆକ୍ଟର ୨୭ ଧାରା ଅନୁଯାୟୀ ଥାନାରେ ଏଫ୍‌ଆଇଆର୍‌ ରୁଜୁ କରିଛି; ଯାହା ପ୍ରତିହିଂସା ରାଜନୀତିର ନିଚ୍ଛକ ଉଦାହରଣ। ତାଙ୍କ ବିରୋଧରେ ଥାନାରେ ଦାଖଲ ଏଫ୍‌ଆଇଆର୍‌କୁ ପାଠକଲେ ଏହି ଅଭିଯୋଗ ଯେ ସମ୍ପୂର୍ଣ୍ଣ ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ସ୍ପଷ୍ଟ ପ୍ରତୀୟମାନ ହେଉଛି। ଏହି ଘଟଣାରେ ଆରମ୍ଭରୁ ଶେଷପର୍ଯ୍ୟନ୍ତ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ଏବଂ ଆନ୍ଦୋଳନକାରୀଙ୍କ ହାତରେ ଯଦି ମାରଣାସ୍ତ୍ର ଥିଲା, ତା’ହେଲେ ପୋଲିସ ଅଧିକାରୀମାନେ ଦେଖି ପାରି ନ ଥିଲେ କିପରି ବୋଲି ଗଣେଶ୍ୱର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା...

Featured Video Play Icon

ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…

ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ...

ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍‌ଲାଇନ୍‌ ପଞ୍ଜୀକରଣ

ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri