ବାଲିଚୋରଙ୍କ କବଜାରେ ଋଷିକୁଲ୍ୟା

ପୁରୁଷୋତ୍ତମପୁର,୧୫ା୫(ସୀମାଞ୍ଚଳମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ବାଲି ଘାଟରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ଦିନକୁ ଦିନ ବଢିଚାଲିଛି। ଏଥିପ୍ରତି ପୋଲିସ, ରାଜସ୍ବ ଓ ଖଣି ବିଭାଗୀୟ ଅଧିକାରୀମାନେ ଆଖିବୁଜି ଦେଇଛନ୍ତି। ବାଲି ମାଫିଆମାନେ ବିନା ଦ୍ୱିଧାରେ ପ୍ରତାପୁର-କେନପୁର ଗ୍ରାମ ମଧ୍ୟସ୍ଥ ଋଷିକୁଲ୍ୟା ନଦୀ ଘାଟକୁ ଖୋଳି ବାଲି ଉଠାଇବାରେ ଲାଗିଛନ୍ତି। ଏଭଳି ମନଇଚ୍ଛା ନଦୀଘାଟ ଖୋଳିବା ଦ୍ୱାରା ବର୍ଷାଦିନେ ଗ୍ରାମକୁ ବନ୍ୟାପାଣି ପଶିବାର ଆଶଙ୍କା ଥିବାରୁ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ଦେଖାଦେଇଥିବା ବେଳେ ସରକାରଙ୍କ କୋଟି କୋଟି ଟଙ୍କାର ରାଜସ୍ବ କ୍ଷତି ଘଟିବାରେ ଲାଗିଛି। ଏ ନେଇ ଲୋକେ ପୁରୁଷୋତ୍ତମପୁର ପୋଲିସ ଓ ରାଜସ୍ବ ବିଭାଗୀୟ ଅଧିକାରୀଙ୍କଠାରେ ବାରମ୍ବାର ଜଣାଇଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉ ନ ଥିବା ଲୋକେ ଅଭିଯୋଗ କରଛନ୍ତି। ପ୍ରଶାସନର ଏଭଳି ନିଷ୍କ୍ରିୟତାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେବା ସହ ପ୍ରଶାସନ ଓ ବାଲିମାଫିଆଙ୍କ ମଧ୍ୟରେ ସଲାସୁତରା ରହିଥିବା ନେଇ ରୋକଠୋକ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଗୁରୁତ୍ୱ ଦେଇ ବାଲି ଚୋରାଚାଲାଣକୁ ବନ୍ଦ ନ କଲେ ଆଗାମୀ ଦିନରେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବା ସହ ଥାନା ଓ ତହସିଲ ଅଫିସକୁ ଘେରାଉ କରିବାକୁ ବାଧ୍ୟହେବେ ବୋଲି ଚେତାବନୀ ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଏପରି କୂଳଘାଇକୁ ହାଣିବା ଓ ବାଲିଚୋରି ହେଉଥିବାର ଲୋକେ ବହୁବାର ଅଭିଯୋଗ କରିବା ସହ ପୋଲିସ କର୍ମଚାରୀଙ୍କ ସମ୍ପୃକ୍ତିର ଅଭିଯୋଗ ଆଣିବା ପରେ ପୋଲିସ ନିରୁପାୟ ହୋଇ ଗତ ନଭେମ୍ବର ମାସରେ ଧର୍ମକୁ ଆଖିଠାର ଭଳି ଚଢାଉ କରିଥିଲେ। ମାତ୍ର ଏହି ଚଢାଉ ସମୟରେ ଜଣେ ପୋଲିସ କର୍ମଚାରୀଙ୍କ ସମ୍ପର୍କୀୟଙ୍କ ଟ୍ରାକ୍ଟର ଧରାପଡ଼ିଥିଲା।

ଏହି ଟ୍ରାକ୍ଟରକୁ ଛାଡ଼ିବାଲାଗି ପୋଲିସ ଉଦ୍ୟମ କରିଥିଲେ ମଧ୍ୟ ଲୋକେ ଜଗିରହିଥିବାରୁ ପୋଲିସ ବାଧ୍ୟହୋଇ ନଂ. ୭୨୬/୨୩ରେ ମାମଲା ରୁଜୁ କରି ୫ଟି ଗାଡିକୁ ଜବତ କରିଥିଲା। ଏଥିପ୍ରତି ପୋଲିସ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଗୁରୁତ୍ୱ ଦେବା ଜରୁରୀ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri