ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ସହ କଥାହେଲେ ୟୁକ୍ରେନ୍ ବୈଦେଶିକ ମନ୍ତ୍ରୀ

କ୍ୱିଭ୍‌,୬ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୧୧ଦିନରେ ପହଞ୍ଚିଲାଣି । ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରୁ ନ ଥିବା ବେଳେ ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଆକ୍ରମଣ ଲଗାତାର ଜାରି ରହିଛି । ଇତିମଧ୍ୟରେ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୋ କୁଲେବା ୟୁକ୍ରେନ୍‌-ପୋଲାଣ୍ଡ ସୀମାରେ ଆମେରିକା ବୈଦେଶିକମନ୍ତ୍ରୀ ଏଣ୍ଟନି ବ୍ଲିଙ୍କେନଙ୍କ ସହ ସାକ୍ଷାତ୍ କରିଛନ୍ତି । ତେବେ ୟୁକ୍ରେନ୍ ପାଇଁ ଆବଶ୍ୟକ ଅସ୍ତ୍ରଶସ୍ତ୍ର ଯୋଗାଇଦେବା, ପ୍ରତିବନ୍ଧକର ଦକ୍ଷତାକୁ ସୁନିଶ୍ଚିତ କରିବା ଏବଂ ଚାପ ପ୍ରୟୋଗ କରିବା ଉପରେ ଆଲୋଚନା କରିଛନ୍ତି । ସୂଚନାଯୋଗ୍ୟ, ୟୁକ୍ରେନ୍ ଉପରେ ରୁଷିଆ ଆକମ୍ରଣ କରିଥିବା ବେଳେ ଏଥିରେ ସହଜରେ ପଛଘୁଞ୍ଚା ଦେଉନାହିଁ ୟୁକ୍ରେନ୍ । ଅନ୍ୟପଟେ ନିଜ ଜିଦରେ ଅଟଳ ଥିବା ରୁଷିଆ ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହର ଧ୍ୱଂସ କରି ଚାଲିଛି ଯାହା ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ଆଲର୍ଟ ଜାରି

ଭୁବନେଶ୍ୱର,୨୮।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ପୂର୍ବାନୁମାନ ଅନୁଯାୟୀ, ଏପ୍ରିଲ ୨୯...

ଭାରତ ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନକୁ ଯୁଦ୍ଧ ଉପକରଣ ପଠାଇଲା ଏହି ଦେଶ

ନୂଆଦିଲ୍ଲୀ,୨୮।୪: ଜାମ୍ମୁ ଓ କାଶ୍ମୀରର ପାହାଲଗାମରେ ଗତ ସପ୍ତାହରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ବେଳେ...

ବଡ଼ ବୟାନ ଦେଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ, ଖୁବଶୀଘ୍ର ଭାରତ କରିବ ଆକ୍ରମଣ

ନୂଆଦିଲ୍ଲୀ,୨୮।୪: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ସୋମବାର କହିଛନ୍ତି ଯେ ଗତ ସପ୍ତାହରେ କାଶ୍ମୀରରେ ପର୍ଯ୍ୟଟକମାନଙ୍କ ଉପରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ...

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image