ରୁଷିଆ ଆକ୍ରମଣରେ ନଷ୍ଟ ହେଲାଣି ୟୁକ୍ରେନର ୭ ହସ୍ପିଟାଲ, ୧୦୪ କ୍ଷତିଗ୍ରସ୍ତ

କ୍ୱିଭ୍‌,୧୪ ।୩: ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଆକ୍ରମଣକୁ ଆହୁରି ତୀବ୍ର କରାଯାଇଛି । ଏହାରି ଭିତରେ ଦ କ୍ୱିଭ ଇଣ୍ଡିପେଣ୍ଡେଟର ରିପୋର୍ଟରୁ ଜଣାପଡିଛି କି ରୁଷିଆ ଆକ୍ରମଣରେ ଏବେ ପର୍ଯ୍ୟନ୍ତ ୟୁକ୍ରେନର ୭ ହସ୍ପିଟାଲ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବା ବେଳେ ୧୦୪ଟି ହସ୍ପିଟାଲ କ୍ଷତିଗ୍ରସ୍ତ ହୋଇଛି । ଏହି ସୂଚନା ୟୁକ୍ରେନ୍ ସ୍ୱାସ୍ଥ୍ୟ ମନ୍ତ୍ରୀ ଭିକ୍ଟର ଲ୍ୟାଶକୋ ଦେଇଥିବା କୁହାଯାଇଛି । ପୁଟିନ ସେନା ବି ୬ ଚିକିତ୍ସା କର୍ମଚାରୀଙ୍କୁ ମାରି ଦେଇଥିବା ବେଳେ ଯୁଦ୍ଧ ଆରମ୍ଭୁ ଆହୁରି ୧୨ ଚିକିତ୍ସାକର୍ମୀ ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ନିକଟରେ ରୁଷିଆ ପକ୍ଷରୁ ଏକ ପ୍ରସୂତି ହସ୍ପିଟାଲରେ ବିସ୍ଫୋରଣ କରାଯିବା ଫଳରେ ଅନେକ ସଦ୍ୟ ପ୍ରସବା ମହିଳାଙ୍କ ମୃତ୍ୟୁ ହେବା ସହ କେତେଜଣ ଶିଶୁଙ୍କର ବି ଜୀବନ ଯାଇଛି । ଏହାସହ କେତେଜଣ ଗର୍ଭବତୀ ଗୁରୁତର ଭାବେ ଆହତ ବି ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ...

ମୋଦିଙ୍କୁ କୁଏତ୍‌ରେ ଗାର୍ଡ ଅଫ ଅନର୍‌

କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…

ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ...

ଟ୍ରକ୍‌କୁ ପିଟି ଜଳିଗଲା ବସ୍‌: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର

ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍‌ ଟ୍ରକ୍‌କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ...

ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ଦସ୍ତଖତ କଲେ ବାଇଡେନ, ଟଳିଲା ଶଟଡାଉନ୍ ବିପଦ

ନୂଆଦିଲ୍ଲୀ, ୨୧।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ମଧ୍ୟଭାଗରେ ସରକାରଙ୍କୁ ପାଣ୍ଠି ଯୋଗାଇବା ପାଇଁ କଂଗ୍ରେସ ଦ୍ୱାରା ପାରିତ ହୋଇଥିବା ଆଇନରେ ଦସ୍ତଖତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri