Posted inଜାତୀୟ

ପୂର୍ବତନ କଂଗ୍ରେସ ମନ୍ତ୍ରୀ ସାଧୁ ସିଂ ଧର୍ମସୋତ ଗିରଫ

ଚଣ୍ଡିଗଡ଼,୭ ।୬: ପଞ୍ଜାବର ପୂର୍ବତନ କଂଗ୍ରେସ ମନ୍ତ୍ରୀ ସାଧୁ ସିଂ ଧର୍ମସୋତଙ୍କୁ ଗିରଫ କରାଯାଇଛି । ଏକ ଭ୍ରଷ୍ଟାଚାର ମାମଲାରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି । କ୍ୟାପଟେନ ଅମରିନ୍ଦର ସିଂଙ୍କ ସରକାରରେ ଧର୍ମସୋତ ମନ୍ତ୍ରୀ ଥିଲେ । ସୋମବାର ବିଳମ୍ବିତ ରାତିରେ ତାଙ୍କୁୁ ଗିରଫ କରାଯାଇଛି । ମୋହାଲି ଡିଏଫଓ ଗିରଫ ହେବା ପରେ ଧରାପଡିଥିବା କଣ୍ଟ୍ରାକ୍ଟର ପୂର୍ବତନ ମନ୍ତ୍ରୀ ଧର୍ମସୋତଙ୍କୁ ଲାଞ୍ଚ ଦେବା କଥା କହିଥିଲେ । ଏହି ମାମଲାରେ ଅନ୍ୟ ୨ ଜଣ ଦଲାଲ ବି ଗିରଫ ହୋଇଛନ୍ତି ।
ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ଧର୍ମସୋତଙ୍କ ଉପରେ ଚଣ୍ଡିଗଡ଼ ନିକଟ ମୋହାଲିର ଫରେଷ୍ଟ ଲ୍ୟାଣ୍ଡ ଉପରେ ଅନୁମତିକୁ ନେଇ ଜାଲିଆତି ଓ ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତଙ୍କୁ ପଚରାଉଚରା ପରେ ଭିଜିଲାନ୍ସର ଟିମ କହିଛି ଧର୍ମସୋତ ଗୋଟିଏ ଗଛ କାଟିବା ବଦଳରେ ୫୦୦ ଟଙ୍କା ଲାଞ୍ଚ ନେଉଥିଲେ । କେବଳ ଏତିକି ନୁହେଁ ନୂଆ ଚାରା ଲଗାଇବାରେ ବି ସେ ଲାଞ୍ଚ ନେଉଥିଲେ । ଲାଞ୍ଚର ସମସ୍ତ ଭାଗ ସିଧାସଳଖ ଧର୍ମସୋତଙ୍କ ନିକଟକୁ ଯାଉଥିଲା ।
ଗତ କିଛିଦିନ ତଳେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ସାଧୁ ସିଂ ଧର୍ମସୋତଙ୍କ ବିରୋଧରେ କଥିତ ପୋଷ୍ଟ ମ୍ୟାଟ୍ରିକ ଛାତ୍ରବୃତ୍ତି ଯୋଜନା ଜାଲିଆତି ସମ୍ପର୍କିତ ମାମଲାରେ କାର୍ଯ୍ୟାନୁଷ୍ଠାନର ସଙ୍କେତ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri