୧୦ ପ୍ରଧାନ ଶିକ୍ଷକଙ୍କ ଦରମା ବନ୍ଦ

ନାଉଗାଁ,୧୯ା୮(ସୁଧା ବେହୁରା): ମଧ୍ୟାହ୍ନ ଭୋଜନର ତଥ୍ୟ ସରକାରୀ ପୋର୍ଟାଲରେ ଅପ୍‌ଲୋଡ ନ କରିବା ନାଉଗାଁ ବ୍ଲକର ୧୦ ଜଣ ପ୍ରଧାନ ଶିକ୍ଷକଙ୍କ ପାଇଁ କାଳ ହୋଇଛି। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ପକାଶିତ ଚିଠି (ନଂ. ୬୬୨୩/୧୪।୮।୨୩) ଅନୁସାରେ ସେମାନଙ୍କ ଦରମା ବନ୍ଦ ରଖାଯାଇଛି।
ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ପ୍ରତି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯାଉଛି। ଏଥିରେ ସ୍ବଚ୍ଛତା ଆଣିବା ପାଇଁ ପ୍ରଧାନମନ୍ତ୍ରୀ ପୋଷଣ ପୋର୍ଟାଲ କାର୍ଯ୍ୟକାରୀ ହେଉଛି। ଏହି ପୋର୍ଟାଲ ମାଧ୍ୟମରେ ବିଦ୍ୟାଳୟଗୁଡ଼ିକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତଥ୍ୟ ପ୍ରଦାନ କରିବେ। ସୋମବାରରୁ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ୧୧ ଟା୩୦ ଓ ଶନିବାର ସକାଳ ୯ଟା ମଧ୍ୟରେ ମଧ୍ୟାହ୍ନ ଭୋଜନର ସମସ୍ତ ତଥ୍ୟ ଉକ୍ତ ପୋର୍ଟାଲରେ ଅପ୍‌ଲୋଡ କରାଯିବାର ନିୟମ ରହିଛି। କିନ୍ତୁ ନାଉଗାଁ ବ୍ଲକର ଅନେକ ବିଦ୍ୟାଳୟରେ ଏହି ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିଲା। ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ଦୀର୍ଘଦିନ ହେବ ଏହି ପୋର୍ଟାଲରେ ତଥ୍ୟ ଅପ୍‌ଲୋଡ କରୁ ନ ଥିଲେ। ଏନେଇ ଜିଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେମାନେ ହେଲେ ବ୍ଲକର ଅଲଣାହାଟ ଉଚ୍ଚ ବିଦ୍ୟାଳୟ, ଭାତପଡା ପ୍ରାଥମିକ ବିଦ୍ୟାଳୟ, ଚାନ୍ଦଖାଁପାଟଣା ପ୍ରୋଜେକ୍ଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗନ୍ଧଣ ପ୍ରାଥମିକ ବିଦ୍ୟାଳୟ, ଗୋପାଳ ଜୀଉ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନଳାଙ୍ଗ ପ୍ରାଥମିକ ବିଦ୍ୟାଳୟ, ପୁରୁଣା ଭଟଣା ପ୍ରାଥମିକ ବିଦ୍ୟାଳୟ, ରୋହିଆ ନୋଡାଲ ଉଚ୍ଚ ବିଦ୍ୟାଳୟ, ସରିଆବର ପାଟଣା ପ୍ରାଥମିକ ବିଦ୍ୟାଳୟ, ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଓଡପଏଙ୍ଗାର ପ୍ରଧାନ ଶିକ୍ଷକ। ଏହି ଚିଠିର ନକଲ ବ୍ଲକ ଶିକ୍ଷାଧିକାରୀ ଓ ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କ ନିକଟକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ

ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା...

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ...

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ...

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’...

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୪ା୯(ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍‌ମାରେ ୨ ମାଓବାଦୀ ସୋଡି ଭୀମା ଓ ମୁଦାମି ହଣ୍ଡା ପୋଲିସ ନିକଟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସୋଡିଙ୍କ ନାମରେ...

ଜୟ ମହାକାଳ ଫାଉଣ୍ଡେସନର ରକ୍ତଦାନ ଶିବିର , ଥାଲାସେମିଆ ରୋଗୀଙ୍କ ପାଇଁ ବଡ଼ ପଦକ୍ଷେପ

ଯାଜପୁର,୨୪।୯: ରକ୍ତଦାନ ମହତଦାନ । ଏହା ଆଉ ଏକ ଜୀବନକୁ ବଞ୍ଚେଇ ରଖେ । ଯାହା ସମସ୍ତଙ୍କ ଭାଗ୍ୟରେ ନ ଥାଏ । ଜରୁରୀକାଳୀନ ପରିସ୍ଥିତି...

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri