୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି

କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏଥିଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଅନ୍ୟପକ୍ଷରେ ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣି ହୋଇଯାଇଛି। ଗୋଟିଏ ନଳକୂପ ଖୋଳିଲେ ଅନୂ୍ୟନ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ହେଲେ ସେଥିରୁ ଲୁଣି ପାଣି ବାହାରୁଛି।
ଜିଲାର ଗରଦପୁର ବ୍ଲକ ଅଞ୍ଚଳର ଭୂତଳ ଜଳସ୍ତର ପାନୀୟ ଜଳ ପାଇଁ ଅନୁପଯୁକ୍ତ ବୋଲି ରାଜ୍ୟ ଓ କେନ୍ଦ୍ର ଜଳସମ୍ପଦ ବିଭାଗ ରିପୋର୍ଟରୁ ସୂଚନା ମିଳିଛି। ସେହିପରି ଆଳି, ରାଜନଗର, ରାଜକନିକା ଅଞ୍ଚଳରେ କେନାଲ ନାହିଁ। ଏଠାରେ ଭୂତଳ ଜଳ ରିଚାର୍ଜ ହୋଇପାରୁ ନ ଥିବାରୁ ପାନୀୟ ଜଳ ଅଭାବ ଦେଖାଦେଇଛି। ଭୂତଳ ଜଳସ୍ତର ରିଚାର୍ଜ ପାଇଁ ୨୦୧୯ରେ ରାଜ୍ୟର ଏକମାତ୍ର କେନ୍ଦ୍ରାପଡ଼ା ଜିଲାକୁ ଜଳଶକ୍ତି ଅଭିଯାନରେ ସାମିଲ କରାଯାଇଛି। ଏହି ଅଭିଯାନରେ ପ୍ରତି ନଳକୂପରେ ସକିଂ ପାଇପ ପିଟ୍‌ ଫିଟିଂ, ବନୀକରଣ, ବର୍ଷାଜଳ ସଂରକ୍ଷଣ, ଜଳ ଉତ୍ସର ପୁନରୁଦ୍ଧାର ଆଦିକୁ ଗୁରୁତ୍ୱ ଦିଆଯାଇଛି। ତେବେ ଏହି ଅଭିଯାନ ଜିଲାର ପ୍ରଶାସନିକ ଅବହେଳା ଯୋଗୁ ଫେଲ୍‌ ମାରିଛି ବୋଲି ସାମାଜିକ କର୍ମୀ ପ୍ରତାପ ପାଢ଼ୀ, ବିଭୂତି ଭୂଷଣ ରାଉତ, ପ୍ରତାପ ରଞ୍ଜନ ତ୍ରିପାଠୀ, ଦେବାଶିଷ ସାମଲ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି।
ଅପରପକ୍ଷରେ ୨୦୨୫ ମାର୍ଚ୍ଚ ସୁଦ୍ଧା ଜିଲାର ୨,୯୧,୧୬୦ ପରିବାରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇ ପାରିଲାନାହିଁ। ତେବେ ମାତ୍ର ୩୩ ହଜାର ପରିବାର ଏଥିରୁ ଉପକୃତ ହୋଇଛନ୍ତି। ପାଇପ ଯୋଗେ ପାଣି ଯୋଗାଇବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ମେଗା ଉଠାଜଳ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜମି ଓ ପରିବେଶ ସମ୍ପର୍କରେ ତଦନ୍ତ ହୋଇନାହିଁ। ଫଳରେ ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଏନ୍‌ଜିଟି ମାମଲାରେ ଛନ୍ଦି ହୋଇଯାଇଛି। ନେତା ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା କୁହାଯାଉଛି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ନିଲୁ ମହାପାତ୍ରଙ୍କୁ ପଚାରିବାରେ ସେ କହିଛନ୍ତି, ନିକଟରେ ପାନୀୟ ଜଳ ଯୋଗାଣ ସମ୍ପର୍କରେ ବୈଠକ ହୋଇଥିଲା। ଗ୍ରାମାଞ୍ଚଳରେ ପାଇପ ପାଣି ସଂଯୋଗ ପାଇଁ ବିଭିନ୍ନ ପ୍ରକଳ୍ପ ପ୍ରକ୍ରିୟା ଜାରି ରହିଛି। ଖୁବ୍‌ଶୀଘ୍ର ସମସ୍ତଙ୍କ ଘରେ ପାନୀୟ ଜଳ ପାଇପ ମାଧ୍ୟମରେ ପହଞ୍ଚତ୍ବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri