ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ଭାବେ ଦାଖଲ କଲେ ନାମାଙ୍କନ

ଭୁବନେଶ୍ୱର,୨୦ା୧୧: ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ଉପବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କର ନାମାଙ୍କନପତ୍ର ସୋମବାର ଦାଖଲ କରିଛନ୍ତି।

୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି। ନାମାଙ୍କନ ଦାଖଲ ପରେ ଶ୍ରୀ ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଦଳର ସଭାପତି ମୋ’ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ବରିଷ୍ଠ ସଦସ୍ୟଙ୍କ ମତାମତ ଓ ପରାମର୍ଶ ଦେଇ ଗୃହକାର୍ଯ୍ୟକୁ ସୁରୁଖୁରୁରେ ଚଳାଇବି। ସମସ୍ତଙ୍କ ମତାମତକୁ ସମ୍ମାନ ଦେଇ ଗୃହକାର୍ଯ୍ୟ ଚଳାଇବାକୁ ଚେଷ୍ଟା କରିବି।

Share