କୋଟିଆରେ ମାର୍କେଟ ଷ୍ଟଲ୍‌ ନିର୍ମାଣ କାର୍ଯ୍ୟ ତଦାରଖକଲେ ସାଲୁର ବିଧାୟକ

ପଟ୍ଟାଙ୍ଗୀ,୨୫ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ସୀମାକୁ ଲାଗିଥିବା କୋଟିଆ ପଞ୍ଚାୟତକୁ ହାତେଇବା ଲାଗି ଆନ୍ଧ୍ର ବିଭିନ୍ନ ସମୟରେ କଳକୌଶଳ ପ୍ରୟୋଗ ଜାରି ରଖିଛି। ଶୁକ୍ରବାର ଓଡ଼ିଶା ସୀମାନ୍ତରେ ଅଙ୍ଗନଓ୍ବାଡି ଗୃହ ନିର୍ମାଣ କରୁଥିବା ଆନ୍ଧ୍ରକୁ କୋରାପୁଟ ଜିଲା ପ୍ରଶାସନ ଆବଶ୍ୟକ ଜବାବ ଦେଇଥିଲା। ଜିଲା ଓ ବ୍ଳକ ପ୍ରଶାସନର ଅଧିକାରୀମାନେ ସେଠାରେ ପହଞ୍ଚତ୍ ନିର୍ମାଣ କାର୍ଯ୍ୟ ବନ୍ଦ କରାଇଥିଲେ। ସେଠାରେ ଥିବା ଆନ୍ଧ୍ର ଅଧିକାରୀଙ୍କୁ ସ୍ଥାନ ଛାଡ଼ି ଚାଲିଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରି ସ୍ଥଳେ ଏହି ଘଟଣାର ୨୪ ଘଣ୍ଟା ନ ପୂରୁଣୁ ସାଲୁର ବିଧାୟକ ପିଡିକା ରାଜନା ସୀମାନ୍ତରେ ଏକ ନୂଆ ବିବାଦ ସୃଷ୍ଟି କରିଛନ୍ତି। ସେ ଶନିବାର କୋଟିଆର ନେରେଡିବାଲସା ଗ୍ରାମରେ ଆନ୍ଧ୍ର ପକ୍ଷରୁ ଆରମ୍ଭ ହୋଇଥିବା ମାର୍କେଟ ଷ୍ଟଲ୍‌ ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ କାର୍ଯ୍ୟ ତଦାରଖ କରି ଫେରିଛନ୍ତି। ଏହି ଅବସରରେ ସେ କହିଛନ୍ତି, କୋଟିଆ ବିବାଦର ସମାଧାନ ଲାଗି ସୁପ୍ରିମକୋର୍ଟଙ୍କ ପକ୍ଷରୁ କୌଣସି ନିର୍ଦ୍ଦେଶ ମିଳିନାହିଁ। ଏପରିସ୍ଥଳେ ଶୁକ୍ରବାର ଓଡ଼ିଶା ପକ୍ଷରୁ ଆନ୍ଧ୍ରର ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବା ଠିକ୍‌ ନୁହେଁ ବୋଲି ରାଜନା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

Pakistan: ଦିଲ୍ଲୀରେ ହଲଚଲ: ଯେକୌଣସି ମୂହୁର୍ତ୍ତରେ ହେବ ଆକ୍ସନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ଆକ୍ରମଣରେ...

IPLରେ ବୁମରାଙ୍କ ଆଉ ଏକ ସଫଳତା

ମୁମ୍ବାଇ,୨୭ା୪: ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ତଥା ଭାରତୀୟ ଦଳର ପ୍ରିମିୟର ପେସର ଯଶପ୍ରୀତ ବୁମରା ତାଙ୍କ ଉଲ୍ଲେଖନୀୟ କ୍ୟାରିୟରରେ ଆଉ ଏକ ସଫଳତା ଯୋଡ଼ିଛନ୍ତି। ସେ ରବିବାର...

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ...

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ...

ସମାନ କାମକୁ ସମାନ ଦରମା ଦିଆଯାଉ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା...

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ...

ଧମକ ଦେଇ ଥରିଲେ ବିଲୱାଲ, ରାତି ଅଧରେ ପାକିସ୍ତାନ ଛାଡି କାନାଡା ପଳାଇଲେ…

ଇସଲାମବାଦ,୨୭।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରି ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image