ସମ୍ବଲପୁରବାସୀ ମୋଦିଙ୍କ ସହ ରହିଛନ୍ତି: ଧର୍ମେନ୍ଦ୍ର

ସମ୍ବଲପୁର,୧୦ା୪ (ଭବାନୀ ଶଙ୍କର ଭୋଇ): ଭାଜପା ପକ୍ଷରୁ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲା ସମେତ ଦେବଗଡ, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଧୂଆଁଧାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ସମ୍ବଲପୁରଠାରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗଠନିକ ବୈଠକରେ ସେ ଯୋଗଦେଇ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରିଥିଲେ। ଘରକୁ ଘର ବୁଲି ପ୍ରଧାନମନ୍ତ୍ରୀଙ୍କ ଗରିବ କଲ୍ୟାଣ ଯୋଜନା ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରାଇବାକୁ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ। ବିକଶିତ ଭାରତ ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ ନେଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ସେ ଆହୁରି କହିଛନ୍ତି, ଦେଶରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ଜନକଲ୍ୟାଣକାରୀ ସରକାର ଚାଲିଛି। ଅନ୍ୟ ରାଜ୍ୟରେ ଲୋକମାନେ ଏହାକୁ ଗ୍ରହଣ କରିସାରିଲେଣି। ଓଡ଼ିଶାବାସୀ ମଧ୍ୟ ପୁଣି ଥରେ ତୃତୀୟଥର ପାଇଁ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ କରିବେ। ଏହାସହ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆଣିବାକୁ ଓଡ଼ିଶାବାସୀ ମନସ୍ଥ କଲେଣି ବୋଲି ସେ କହିଛନ୍ତି। ଏହି ବୈଠକରେ ସମ୍ବଲପୁର ଅଞ୍ଚଳର ବହୁ ବରଷ୍ଠ ଭାଜପା କର୍ମୀ ସାମିଲ ହୋଇଥିଲେ। ପରେ ସେ ମାନେଶ୍ୱରସ୍ଥିତ ଶ୍ରୀରାମ ମନ୍ଦିରରେ ପ୍ରଭୁଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ସମ୍ବଲପୁର ଗୋବିନ୍ଦପାଲିଠାରେ ସାମାଜିକ ସଂଗଠନ ସେବା ଭାରତୀ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରରେ ସାମିଲ ହୋଇଥିଲେ। ସଂଗଠନର ଏପରି ପ୍ରୟାସକୁ ସେ ପ୍ରଶଂସା କରିଥିଲେ। ଠେଲକୋପଡ଼ାଠାରେ ଚାଲିଥିବା ବୁଢୀମା’ଙ୍କ ଯାତ୍ରାରେ ସାମିଲ ହୋଇ ଆଶୀର୍ବାଦ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri