ସମ୍ବଲପୁର ସିଆର୍‌ପିଏଫ୍‌ ଗୋଷ୍ଠୀ କେନ୍ଦ୍ର ସର୍ବଶ୍ରେଷ୍ଠ ବିବେଚିତ

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ଭାରତର ସର୍ବବୃହତ ସାମରିକ ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସର ଜନ୍ମଭୂମି ମଧ୍ୟପ୍ରଦେଶର ନିମଚରେ ଗୁରୁବାର ଆୟୋଜିତ ୮୬ତମ ସ୍ଥାପନା ଦିବସ ପରେଡରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗଦେଇ ଡେପୁଟି ଇନ୍ସପେକ୍ଟର ଜେନେରାଲ ସଞ୍ଜୟ କୁମାର ସିଂଙ୍କ ଉପସ୍ଥିତିରେ ସମ୍ବଲପୁର ସିଆର୍‌ପିଏଫ୍‌ ଗୋଷ୍ଠୀ କେନ୍ଦ୍ରକୁ ସର୍ବଶ୍ରେଷ୍ଠ ଗୋଷ୍ଠୀକେନ୍ଦ୍ର ଭାବେ ପୁରସ୍କାର ସ୍ବରୂପ ଟ୍ରଫି ପ୍ରଦାନ କରିଥିଲେ।

ଉତ୍ସବରେ ମୁଖ୍ୟ ଅତିଥି ଶାହା ଦେଶମାତୃକା ପାଇଁ ବଳିଦାନ ଦେଇଥିବା ସିଆରପିଏଫ୍‌ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ସେ ଉଦ୍‌ବୋଧନ ଦେଇ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସକୁ ବିଶ୍ୱର ସର୍ବବୃହତ୍ତ ସାମରିକ ବାହିନୀ ବୋଲି କହିଥିଲେ। ୨୦୨୬ ମାର୍ଚ୍ଚ ଶେଷସୁଦ୍ଧା ଦେଶରୁ ନକ୍ସଲବାଦକୁ ସମାପ୍ତ କରିବାକୁ ସରକାର ସଙ୍କଳ୍ପ ବଦ୍ଧ ବୋଲି ଅମିତ ଶାହା କହିଥିଲେ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୫ ଜୁନ୍‌ ୨୪ ତାରିଖରେ ସମ୍ବଲପୁରର ବସନ୍ତପୁର ଗୋଶାଳାରେ ନୂତନ ସିଆର୍‌ପିଏଫ୍‌ର ଗୋଷ୍ଠୀ କେନ୍ଦ୍ର ସ୍ଥାପିତ ହୋଇଥିଲା। ସିଆର୍‌ପିଏଫ୍‌ର ମୋଟ ୪୩ ଗୋଷ୍ଠୀ କେନ୍ଦ୍ର ମଧ୍ୟରୁ ସର୍ବଶ୍ରେଷ୍ଠ ଗୋଷ୍ଠୀକେନ୍ଦ୍ର ଚୟନ ପାଇଁ ଗୋଷ୍ଠୀକେନ୍ଦ୍ର ଗୁଡିକ ସେକ୍ଟର, ଜୋନାଲ ଓ ନିର୍ଦ୍ଦେଶାଳୟ ସାଧାରଣସ୍ତରରେ ଗଠିତ ବୋର୍ଡ ଦ୍ୱାରା ସମସ୍ତ ମାନଦଣ୍ଡର ସମୀକ୍ଷା କରାଯାଇ ସମ୍ବଲପୁର ଗୋଷ୍ଠୀକେନ୍ଦ୍ରକୁ ସର୍ବଶ୍ରେଷ୍ଠ ବିବେଚିତ କରାଯାଇଛି।

ସମ୍ବଲପୁର ଗୋଷ୍ଠୀକେନ୍ଦ୍ର ବିଭିନ୍ନ ସମୟରେ ସ୍ବାସ୍ଥ୍ୟ ଶିବିର, ସଚେତନତା କାର୍ଯ୍ୟକ୍ରମ ଆଦି ବିଭିନ୍ନ ଜନ କଲ୍ୟାଣ କାର୍ଯ୍ୟ ସହିତ ଅନ୍ତର୍ଜାତୀୟ ଯୋଗ ଦିବସ, ସାମୂହିକ ବୃକ୍ଷ ରୋପଣ ଭଳି କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ବାସୀନ୍ଦାଙ୍କ ସହିତ ଦୃଢ଼ ଓ ସୁସମ୍ପର୍କ ସ୍ଥାପନ କରିବାରେ ସକ୍ଷମ ହୋଇଛି। ଆଜାଦି କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ଗୋଷ୍ଠୀକେନ୍ଦ୍ର ଦ୍ୱାରା ସାଇକେଲ ଓ ବାଇକ୍‌ ରାଲି, ମିଲେଟ୍‌ ମେଳା, ପଥପ୍ରାନ୍ତ ନାଟକ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ଆୟୋଜନ ସହ ସ୍ବଚ୍ଛତାପକ୍ଷ ପାଳନ ଉପଲକ୍ଷେ ଆଖପାଖ ଗ୍ରାମାଞ୍ଚଳ, ସଡ଼କ, ସର୍ବସାଧାରଣ ସ୍ଥାନ, ସମସ୍ତ ଧର୍ମର ପୂଜାପାଠ, ଚେକପଏଣ୍ଟ ଆଦିର ସଫେଇ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନେଇ ଉଚ୍ଚ ପ୍ରଶଂସିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri