ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର,୨୬।୧୦(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମଙ୍ଗଳବାର ଭାଜପା ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି।

ଏହି ବନ୍ଦ ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ଚାଲିବ। ସକାଳୁ ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋପ ପ୍ରଦର୍ଶନ କରିଛନ୍ତି ଭାଜପା କର୍ମୀ। ଏହାର ପ୍ରଭାବରେ ଅତ୍ୟାବଶ୍ୟକ ସେବାକୁ ବାଦ ଦେଲେ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି। ସେହିପରି ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ କରିବା ପାଇଁ ପିକେଟିଂ କରାଯାଉଛି।

 

Share