ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଏହି ଅବସରରେ ସେ ପ୍ରଥମେ ମିଶ୍ରଣ ପର୍ବରେ ସାମିଲ ହୋଇଥିବା ବିଜେଡି ଓ ଅନ୍ୟଦଳର ନେତା, କର୍ମୀଙ୍କୁ ସ୍ବାଗତ କରିବା ସହ ସେମାନଙ୍କ ସହଯୋଗ କାମନା କରିଥିଲେ ା ଏଥିସହିତ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ଉଭୟ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରାଇବା ପାଇଁ ଜନସାଧାରଣ ତଥା ଦଳୀୟ କର୍ମୀଙ୍କୁ ନିବେଦନ କରିଥିଲେ। ୪୦ ଡିଗ୍ରୀରୁ ଅଧିକ ଉତ୍ତାପ ଥିବା ସତ୍ତ୍ୱେ ସମାବେଶରେ ବିପୁଳ ଜନ ସମାଗମ ଦେଖି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଏଥର ପ୍ରବଳ ଖରାରେ ବି ପଦ୍ମ ଫୁଟିବ ବୋଲି ଭାବବିହ୍ବଳ ହୋଇ କହିଥିଲେ ା ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ବିକାଶ ସମ୍ପର୍କରେ ଆଲୋକପାତ କରିଥିଲେ। ବୌଦ୍ଧ ଜିଲା ଭାଜପା ସଭାପତି ବିପ୍ରଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମାବେଶରେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଆଦିବାସୀ ନେତା ସତ୍ୟନାରାୟଣ ମାଝୀ ପ୍ରମୁଖ ଭାଜପାରେ ସାମିଲ ହୋଇଥିଲେ। ସେହିପରି ରେଙ୍ଗାଲି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପୂର୍ଣ୍ଣଚନ୍ଦ୍ର ସାହୁ ସମେତ ବହୁ ନେତା ନିଜର ସମର୍ଥକଙ୍କ ସହିତ ଭାଜପାରେ ସାମିଲ ହୋଇଥିଲେ। ସାମିଲ ହୋଇଥିବା ସମସ୍ତ ନେତା ଓ କର୍ମୀମାନଙ୍କୁ ପୁଷ୍ପଗୁଛ, ଦଳୀୟ ଉପଢୌକନ ଓ ଟୋପି ଦେଇ ଭାଜପାର ବରିଷ୍ଠ ନେତାମାନଙ୍କ ଦ୍ୱାରା ସମର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri