ବଗଲା ଜମି ବିବାଦ: ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

କଟକ ଅଫିସ୍‌,୨୯।୯: ପୁରୀ ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗ ମାମଲାରେ ହାଇକୋର୍ଟରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଆଉ ଏକ ମାମଲା ଦାୟର କରିଛନ୍ତି। ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନରେ କୁହାଯାଇଛି। ଏହାସହ ଜଗନ୍ନାଥଙ୍କ ଖାତାକୁ ଜମି ଫେରାଇବାକୁ ପିଟିସନରେ ସମ୍ବିତ ଆବେଦନ କରିଛନ୍ତି । ସେପଟେ ହାଇକୋର୍ଟରେ ବଗଲା ଜମି ବିକ୍ରି ମାମଲା ପ୍ରସଙ୍ଗରେ ପୁରୀ ତହସିଲଦାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜବାବ ଦାଖଲ କରାଯାଇଛି। ବଗଲା ଜମି ସରକାରଙ୍କ ଅଧୀନରେ ଅଛି ଓ ତାକୁ ନବୀକରଣ କରାଯାଉଛି ବୋଲି ପ୍ରଶାସନ କୋର୍ଟଙ୍କୁ ଜଣାଇଛି।

Share