Posted inଜାତୀୟ

ରାହୁଲ ଗାନ୍ଧୀ ଜଣେ ଅସଫଳ ରାଜନେତା: ଭାଜପା

ନୂଆଦିଲ୍ଲୀ,୧୭।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅନେକ ସମୟରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଛନ୍ତି। ଦିନକ ପୂର୍ବରୁ ରାହୁଲ ଭାଜପା ଓ ରାଷ୍ଟ୍ରୀୟ ସ୍ବୟଂ ସେବକ ସଙ୍ଘ(ଆର୍‌ଏସ୍‌ଏସ୍‌) ଉପରେ ଅଭିଯୋଗ ଆଣିିଥିଲେ କି ଦେଶରେ ଏମାନେ ହ୍ବାଟସ୍‌ ଆପ୍‌ ଓ ଫେସବୁକ ଉପରେ ନିୟନ୍ତ୍ରଣ ରଖୁଛନ୍ତି। ଏବେ ଏହାର ଜବାବ ରଖିଛନ୍ତି ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର। ସେ କହିଛନ୍ତି ରାହୁଲ ଜଣେ ଅସଫଳ ନେତା। ସ୍ବାଭାବିକ ଭାବେ କୋଉଠି ନା କୋଉଠି ତାଙ୍କର ରାଗ ଓ ବିବ୍ରତ ମନୋଭାବ ଦେଖିବାକୁ ମିଳୁଛି। ରାହୁଲ ନିଜେ କଂଗ୍ରେସ ଉପରେ ନିୟନ୍ତ୍ରଣ ରଖିପାରୁ ନାହାନ୍ତି। କଂଗ୍ରେସ ନିୟନ୍ତ୍ରଣ ହରାଉଥିବାରୁ ରାହୁଲ ପାଗଳାମିର ପ୍ରଳାପ କରୁଛନ୍ତି ବୋଲି ସମ୍ବିତ କହିଛନ୍ତି। ସୂଚନାଯୋଗ୍ୟ, ରାହୁଲ ରବିବାର କହିଥିଲେ କି ଭାଜପା ଓ ଆର୍‌ଏସ୍‌ଏସ୍‌ ଦେଶରେ ଫେସବୁକ ଓ ହ୍ବାଟସ୍‌ ଆପକୁ ନିଜ ନିୟନ୍ତ୍ରଣରେ ରଖି ଭୁଲ୍‌ ଖବର ପ୍ରଚାର ପ୍ରସାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ...

୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…

ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ...

ଫଡନଭିସ ସରକାରରେ ନୂଆ ବିବାଦ: ଶିବସେନା ମନ୍ତ୍ରୀମାନେ କ୍ଷୁବ୍ଧ

ପୁନେ,୨୪/୧୨:ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନଭିସ ସରକାରଙ୍କ ନୂଆ ମନ୍ତ୍ରୀଙ୍କୁ ସରକାରୀ ଘର ଆବଣ୍ଟନ କରାଯାଇଛି । ସେପଟେ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା ସରକାରୀ ଗୃହକୁ ନେଇ ଆରମ୍ଭ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri