ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ଇସ୍ତଫା ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ ଏବଂ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। ତେବେ ଇସ୍ତଫାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।