Posted inଖେଳ

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ ରାଜସ୍ଥାନ ୧୯ ଓଭରରେ ୩ ଉଇକେଟ ହରାଇ ୧୯୯ ରନ୍‌ କରି ବିଜୟୀ ହୋଇଥିଲା। ଏହା ସହ ୯ ମ୍ୟାଚରୁ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ।

ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୧୧ ରନ୍‌ରେ ୨ ଉଇକେଟ ହରାଇଥିଲା। ତେବେ ଅଧିନାୟକ ଲୋକେଶ ରାହୁଲ(୭୬) ଓ ଦୀପକ ହୁଦା(୫୦) ଚମତ୍କାର ବ୍ୟାଟିଂ କରି ତୃତୀୟ ଉଇକେଟରେ ୧୧୫ ରନ୍‌ ଯୋଡିଥିଲେ। ରାହୁଲ ୪୮ ବଲ୍‌ ଖେଳି ୮ ଚୌକା ଓ ୨ ଛକା ମାରିଥିଲେ। ଦୀପକ ୩୧ ବଲ୍‌ ଖେଳି ୭ ଚୌକା ସହ ୫୦ ରନ୍‌ କରିଥିଲେ। ଶେଷ ଭାଗରେ ଆୟୁଷ ବଦୋନୀ ୧୮* ଓ କୃଣାଲ ପାଣ୍ଡ୍ୟା ୧୩* ରନ୍‌ କରିବାରୁ ଲକ୍ଷ୍ନୌ ୧୯୬ ରନରେ ପହଞ୍ଚିଥିଲା। ରାଜସ୍ଥାନ ପକ୍ଷରୁ ସନ୍ଦୀପ ଶର୍ମା୨, ଆଭେଶ ଖାନ, ରବିଚନ୍ଦ୍ରନ ଅଶ୍ୱିନ ଓ ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୧୯୭ ରନ୍‌ ଲକ୍ଷ୍ୟର ପିଛା କରୁଥିବା ରାଜସ୍ଥାନ ପକ୍ଷରୁ ଯଶସ୍ବୀ ଜୟସ୍ବାଲ(୨୪) ଓ ଜୋଶ ବଟଲର(୩୪) ପ୍ରଥମ ଉଇକେଟରେ ୬୦ ରନ୍‌ ଯୋଡିଥିଲେ। ୭୮ ରନ୍‌ରେ ତୃତୀୟ ଉଇକେଟର ପତନ ପରେ ସଞ୍ଜୁ ସାମସନ୍‌ (୭୧*) ଓ ଧ୍ରୁବ ଜୁରେଲ(୫୨*) ଚତୁର୍ଥ ଉଇକେଟରେ ଅବିଭାଜିତ ୧୧୮ ରନ୍‌ ଯୋଡିଥିଲେ। ଚଳିତ ସିଜନର ଚତୁର୍ଥ ଅର୍ଦ୍ଧଶତକ ହାସଲ କରିଥିବା ସାମସନ୍‌ ୩୩ ବଲ୍‌ ଖେଳି ୭ ଚୌକା ଓ ୪ ଛକା ମାରିଥିଲେ। ଅନ୍ୟ ପକ୍ଷରେ ଧ୍ରୁବ ଜୁରେଲ ୩୪ ବଲ୍‌ ଖେଳି ୫ ଚୌକା ଓ ୨ ଛକା ମାରିଥିଲେ। ଲକ୍ଷ୍ନୌ ପକ୍ଷରୁ ମାର୍କସ୍‌ ଷ୍ଟୋଇନିସ୍‌, ଅମିତ ମିଶ୍ର ଓ ୟଶ ଠାକୁର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri