ସମ୍ବିତଙ୍କ ‘ଢୋଲ ଭିତରେ ମୂଷା’ ମନ୍ତବ୍ୟ, ବିଜେଡିରେ ଆଲୋଡ଼ନ: ବଢିପାରେ ଦଳୀୟ କନ୍ଦଳ

କୁଜଙ୍ଗ,୮।୭(ମନୋଜ ପ୍ରଧାନ):ପାରାଦୀପର ପୂର୍ବତନ ବିଜେଡି ବିଧାୟକ ସମ୍ବିତ ରାଉତରାୟ ରବିବାର ଭୁବନେଶ୍ୱରଠାରେ ଗତ ନିର୍ବାଚନରେ ଦଳ ହାରିବାର କାରଣ ସମ୍ପର୍କରେ ଦେଇଥିବା ମନ୍ତବ୍ୟ ଏବେ ବିଜେଡିରେ ଆଲୋଡ଼ନ ସୃଷ୍ଟି କରିଛି। ସେ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି, ‘ଢୋଲ ଭିତରେ ଥିବା ମୂଷା’ ପାଇଁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାର ହାରିଲା। ତାଙ୍କ ମନ୍ତବ୍ୟ ଦଳ ଭିତରେ ଥାଇ କେତେ ଜଣ ନେତା ନିର୍ବାଚନରେ ଅନ୍ତର୍ଘାତୀ କାର୍ଯ୍ୟ କରିଥିବା ବିଷୟକୁ ଇଙ୍ଗିତ କରୁଛି। ତେବେ ଦଳବିରୋଧୀ କାର୍ଯ୍ୟ କରିଥିବା ନେତାଙ୍କ ନାମ ପ୍ରକାଶ କରିବାକୁ ସମ୍ବିତ ମନା କରିଦେଇଛନ୍ତି। ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କ ପରାଜୟ ସମ୍ପର୍କରେ ସେ କହିଛନ୍ତି, ଏବେବି ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ହୃଦୟରେ ଅଛନ୍ତି। ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ସମସ୍ତଙ୍କ ହୃଦୟରେ ରହି ମଧ୍ୟ ଦଳ ହାରିଲା। ସେଭଳି ସ୍ଥିତି ପାରାଦୀପରେ ଘଟିଲା ବୋଲି ସମ୍ବିତ କହିଛନ୍ତି।
ସମ୍ପର୍କରେ ଜଗତ୍‌ସିଂହପୁର ଜିଲା ବିଜେଡି ଉପସଭାପତି ପୀତାମ୍ବର ତରାଇଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ କହିଛନ୍ତି, ସମ୍ବିତ ଯଦି ଢୋଲ ଭିତରେ ଥିବା ମୂଷାକୁ ଚିହ୍ନିଥିଲେ ତାକୁ ଦୂରେଇ ରଖିଲେ ନାହିଁ କାହିଁକି । ଏବେ ନିର୍ବାଚନର ମାସକ ପରେ ଏଭଳି ବିବୃତି ଦେବା ଠିକ୍‌ ନୁହେଁ । ଏହା କେବଳ ଦଳୀୟ କନ୍ଦଳ ବଢ଼ାଇବା ଛଡ଼ା ଆଉ କିଛି ନୁହେଁ। ତେବେ ଏ ବିଷୟରେ ଦଳୀୟସ୍ତରରୁ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇ ନ ଥିବା ବେଳେ ଆଗକୁ ବିଜେଡି ଭିତରେ ସମ୍ବିତଙ୍କ ମନ୍ତବ୍ୟ କିଭଳି ରୂପ ଧାରଣ କରିବ ତାହାକୁ ଦେଖିବା ବାକି ରହିଲା। ଅପରପକ୍ଷେ ନୂଆ ସରକାର ବିଷୟରେ ପଚରାଯିବାରୁ ସମ୍ବିତ କୌଣସି ଟିପ୍ପଣୀ ଦେବାକୁ ମନା କରିଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri