Categories: ଜାତୀୟ

ଅଗଷ୍ଟ ୧ରୁ ସଂଯୁକ୍ତ କିଷାନ ମୋର୍ଚ୍ଚାର ଦେଶବ୍ୟାପୀ ବିକ୍ଷୋଭ

ନୂଆଦିଲ୍ଲୀ,୩୦ା୪: ଚାଷୀଙ୍କୁ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି), ପେନ୍‌ସନ ଏବଂ ବିସ୍ତୃତ ଫସଲ ବୀମା ଯୋଜନା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଅଗଷ୍ଟ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯିବ। କୃଷକ ସଙ୍ଗଠନ ପକ୍ଷରୁ ରବିବାର ଦିଲ୍ଲୀ ବୈଠକରେ ନିଆଯାଇଥିବା ଏହି ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ବୈଠକରେ ୨୦୦ରୁ ଊର୍ଦ୍ଧ୍ୱ ଚାଷୀ ନେତା ସାମିଲ ଥିଲେ।

Share