ସଂଗ୍ରାମ ଦାସ କଂଗ୍ରେସର ଦେବଗଡ଼ ଜିଲା ପର୍ଯ୍ୟବେକ୍ଷକ

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଭକ୍ତଚରଣ ଦାସ ପିସିସି ସଭାପତି ଦାୟିତ୍ୱ ନେବା ପରେ କଂଗ୍ରେସ କର୍ମୀମାନେ ସକ୍ରିୟ ହୋଇପଡିଛନ୍ତି। ଆଗାମୀ ଦିନରେ ରାଜ୍ୟ କଂଗ୍ରେସର ସଂଗଠନ, ବିକ୍ଷୋଭ ଓ ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୩୫ଟି ସାଙ୍ଗଠନିକ ଜିଲା ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଏହି ପର୍ଯ୍ୟବେକ୍ଷକ ତାଲିକାରେ କଂଗ୍ରେସ ଦଳର ବିଧାୟକ, ପୂର୍ବତନ ଏମ୍‌ପି ଏବଂ ବିଧାୟକ, ବରିଷ୍ଠ କଂଗ୍ରେସ ନେତାଙ୍କୁ ସ୍ଥାନ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କୁ କଂଗ୍ରେସ ଦଳର ଦେବଗଡ଼ ଜିଲା ପାଇଁ ଜିଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି।

ସେହିପରି କେନ୍ଦୁଝର ଜିଲା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁତ୍ର ପୂର୍ବତନ ପିସିସି ସାଧାରଣ ସମ୍ପାଦକ ପୃଥିବଲ୍ଲଭ ପଟ୍ଟନାୟକ ଓ ପୂର୍ବତନ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ତଥା ଅଖିଳ ଭାରତୀୟ ମହିଳା କଂଗ୍ରେସ ସମ୍ପାଦିକା ସସ୍ମିତା ବେହେରାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି l

ନିଯୁକ୍ତି ପରେ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, କଂଗ୍ରେସ ଦଳର ଓଡିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ, ପିସିସି ସଭାପତି ଭକ୍ତଚରଣ ଦାସ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଏବଂ ବରିଷ୍ଠ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ ସୃଷ୍ଟି ହୋଇଛି।...

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image