ବଣିଆପାଟ ଶିଶୁମନ୍ଦିରରେ ସରସ୍ଵତୀ ପୂଜା ଓ ମାତୃସମ୍ମିଳନୀ

କେନ୍ଦୁଝର ୨ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ କଲେଜ ରୋଡ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରରେ ମା’ ବାଗଦେବୀଙ୍କ ପୂଜା ସହିତ ମାତୃସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ମା’ ସରସ୍ଵତୀଙ୍କ ପୂଜା କରିଥିବା ବେଳେ ବିଦ୍ୟାଳୟର ଶିଶୁ ବାଟିକା ବିଭାଗର ଶିଶୁ ବୋଧ ଶ୍ରେଣୀର ଶିଶୁ ଭାଇ ଭଉଣୀଙ୍କର ବିଦ୍ୟାରମ୍ଭ ଯଜ୍ଞ ସହ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଉକ୍ତ ଶ୍ରେଣୀର ଶିଶୁ ଭାଇ ଭଉଣୀ ତଥା ସେମାନଙ୍କ ମତୃ ମଣ୍ଡଳୀ ପ୍ରାତଃ ସମୟରେ ସ୍ଥାନୀୟ କଲେଜ ରୋଡ କଳ୍ପେଶ୍ଵର ଶିବ ମନ୍ଦିରରେ ପୂଜା କାର୍ଯ୍ୟ ଆରମ୍ଭ କରି କୀର୍ତ୍ତନ ମଣ୍ଡଳୀ ସହ ପାଲିଙ୍କି ଯାତ୍ରାରେ ବିଦ୍ୟାଳୟକୁ ଆସିଥିଲେ। ବିଦ୍ୟାଳୟରେ ସେହି ଶିଶୁ ମାନଙ୍କୁ ପୁରୋହିତ ଦ୍ୱାରା ଯଜ୍ଞ କାର୍ଯ୍ୟ କରି ଖଡିଛୁଆଁ କରାଯାଇଥାଲା। ତତ୍ ସଙ୍ଗେ ସଙ୍ଗେ ଅପରାହ୍ଣରେ ସମର୍ପଣ ଉତ୍ସବ ସହ ମାତୃସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।

ଏଥିରେ ବିଦ୍ୟାଳୟର ସଭାପତି ଡଃ ଅନିଲ କୁମାର ଦାସଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ହୋଇଥିଲାବେଳେ କେନ୍ଦୁଝର ସଦରର ସିଡିପିଓ ସ୍ଵର୍ଣ୍ଣଲତା ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ବର୍ତ୍ତମାନ ସମୟରେ ମା’ ମାନଙ୍କ ଭୂମିକା ବିଷୟରେ ମାର୍ଗଦର୍ଶନ କରିଥିଲେ।

ସମ୍ପାଦକ ଭାଗୀରଥି ଗିରି , ଉପସଭାପତି ହୃଦାନନ୍ଦ ପ୍ରଧାନ, ସଦସ୍ୟା ମନ୍ଦାକିନୀ ବେହେରା ଯୋଗ ଦେଇଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ଦୀନବନ୍ଧୁ ମହାକୁଡ଼ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ। ଏହି ପରିପ୍ରେକ୍ଷୀ ରେ ମା’ ମାନଙ୍କ ଦ୍ବାରା ସମର୍ପଣ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟର ସମସ୍ତ ସେବା ବ୍ରତୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri