ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଏବଂ ଏସ୍ସିଏସ୍ଟି ଆର୍ଟିଆଇ ନିର୍ଦ୍ଦେଶକ ଦାୟିତ୍ୱରେ ଥିବା ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଏସ୍ସିଏସ୍ଟି ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ଏଥିସହିତ ସେ ପୂର୍ବଭଳି ଏସ୍ସିଏସ୍ଟି ଆର୍ଟିଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।