୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ

ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍‌ସି ଫଣ୍ଡ୍‌ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି ପରଜଙ୍ଗ ପୋଲିସ। ୭ଟି ଚେକ୍‌ରେ ୩୦ ଲକ୍ଷ ଟଙ୍କା ସମ୍ପୂର୍ଣ୍ଣ ଚଳୁ କରି ଦେଇଛନ୍ତି ସରପଞ୍ଚ ମକର ଚାନ୍ଦ ସାହୁ। ପଞ୍ଚାୟତର ନିର୍ବାହୀ ଅଧିକାରୀ ପ୍ରତାପ ଚନ୍ଦ୍ର ସାମଲଙ୍କ ଅଭିଯୋଗ ଆଧାରରେ ବିଡିଓ ସୌଭାଗ୍ୟ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ତଦନ୍ତ କରିଥିଲେ। ଯାହାକୁ ନେଇ ଓଡ଼ିଶା ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆକ୍ସନ ନିଆଯାଇଛି। ବିନା କାମରେ, ବିନା ଦସ୍ତାବିଜରେ ମନ ଇଚ୍ଛା ଟଙ୍କା ଉଠାଇବା ଏବଂ ଏ ନେଇ ନୂତନ ଭାବେ ନିଯୁକ୍ତ ନିର୍ବାହୀ ଅଧିକାରୀଙ୍କୁ କୌଣସି ତଥ୍ୟ କିମ୍ବା ହିସାବ ନଦେବା ସନ୍ଦେହ ସୃଷ୍ଟି କରିଥିଲା। ଯାହାକୁ ନେଇ ନିର୍ବାହୀ ଅଧିକାରୀ ପ୍ରତାପ ଚନ୍ଦ୍ର ସାମଲ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ନେଇ କାମାକ୍ଷାନଗର ମୁଣ୍ଡିଦେଉଳୀ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଶାଖାରୁ ସମ୍ପୂର୍ଣ୍ଣ ବିବରଣୀ ମିଳିଥିଲା। ଯାହାକୁ ନେଇ ତନାଘନା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏନେଇ ବିଡିଓ ପରଜଙ୍ଗ ଥାନାରେ ସରପଞ୍ଚଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ। ପରେ ପୋଲିସ ତାଙ୍କୁ ଅଟକ ରଖି ପଚରା ଉଚରା କରିଥିଲେ। ତେବେ ସରପଞ୍ଚ ସବୁ ସତ କଥା ମାନିଯାଇଥିଲେ। ଫଳରେ ଶୁକ୍ରବାର ପରଜଙ୍ଗ ଥାନାରେ ୧୨୩/୨୫ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ସରପଞ୍ଚଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏଏସ୍‌ଆଇ ରମେଶ ଚନ୍ଦ୍ର ସ୍ବାଇଁ ସୂଚନା ଦେଇଛନ୍ତି । ତୁରନ୍ତ ତାଙ୍କୁ ପଦବୀରୁ ବହିଷ୍କାର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ଦାବି

ପାଟଣା,୨୭ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ଷ୍ଟାଡିୟମ ନିର୍ମାଣ ଖୁବ୍‌ ଶୀଘ୍ର ସାରିବା ଦାବିରେ ଗୁରୁବାର ସ୍ଥାନୀୟ ଖେଳାଳି ଓ ବୁଦ୍ଧିଜୀବୀ ବିକ୍ଷୋଭ...

ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ, ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧାଳୁ…

ପୁରୁଷୋତ୍ତମପୁର,୨୭ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ଗୁରୁବାର...

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ମାପଚୁପରେ ସୀମିତ ରହିଯିବନି ତ ଉଚ୍ଛେଦ !

ବରଗଡ, ୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର...

ଟିକରପଡାରେ ୧୮ଟିକିଆ ହାତୀ, ଦଳିଦେଲେ ବଇତାଳୁ ଫସଲ

କେନ୍ଦୁଝର,୨୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବନାଞ୍ଚଳ ଅଞ୍ଚଳରେ ୧୮ଟିକିଆ ହାତୀପୋଲ ଆତଙ୍କ ଖେଳାଇ ଚାଲିଛନ୍ତି। ଗତକାଲି ସଂଧ୍ୟାରେ ସଲରାପଣ୍ଠ ଜଙ୍ଗଲରୁ ବାହାରି...

ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍‌

ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ...

ନଗ୍ନ ଭିଡିଓ ଭାଇରାଲ ଧମକ ଦେଇ ପିଉସା କରୁଥିଲେ ବଳାତ୍କାର, ଏବେ ଝିଆରୀ ୩ ମାସର ଗର୍ଭବତୀ

ବାରିପଦା,୨୭ା୩(ନୀଳାଦ୍ରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ଦଶମ ଶ୍ରେଣୀ ଛାତ୍ରୀଙ୍କ ନଗ୍ନ ଭିଡିଓ ଭାଇରାଲ ଧମକରେ ସମ୍ପର୍କୀୟ ପିଉସା ବାରମ୍ବାର...

ବାପା ଆଗରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ

କେନ୍ଦୁଝର,୨୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ) ଟ୍ରକ ଧକ୍କାରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ। ବାପା ଆଗରେ ଚାଲିଗଲା ଶିଶୁର ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ଯୋଡ଼ା...

ହୋମ୍‌ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image