ଠିକାଦାରୀ କରି ଅର୍ଥ ଉପାର୍ଜନ କରିବାକୁ ଚାହେଁନି: ସମ୍ମାନ ନ ମିଳିଲେ ବିଜେଡିରୁ ଇସ୍ତଫା ଦେବି କହିଲେ ସରପଞ୍ଚ

ତିହିଡ଼ି,୩ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ସିନ୍ଦୋଳ ପଞ୍ଚାୟତର ସରପଞ୍ଚ ସୁପ୍ରଭା ପାଣି କେତେଜଣ ବରିଷ୍ଠ ନେତାଙ୍କ ଅସହଯୋଗ ଓ ଅସମ୍ମାନ ଯୋଗୁ ମାନସିକ ଅଶାନ୍ତି ଭୋଗି ଚାଲିଛନ୍ତି। ସେ ସରପଞ୍ଚ ଭାବେ ନିର୍ବାଚିତ ହେବା ପରଠାରୁ ବିରୋଧକୁ ସାମ୍ନା କରି ଆସୁଛନ୍ତି। ଦଳରେ ତାଙ୍କୁ ଉଚିତ ସମ୍ମାନ ନ ମିଳିଲେ ବିଜେଡିରୁ ଇସ୍ତଫା ଦେବେ ବୋଲି ଶନିବାର ଅପରାହ୍ନରେ ଖବରଦାତା ସମ୍ମିଳନୀ ମାଧ୍ୟମରେ ଚେତାବନୀ ଦେଇଛନ୍ତି।
ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେଉଛନ୍ତି। ସେ ଜଣେ ମହିଳା ପ୍ରତିନିଧି ଭାବେ ନିଜେ ପଞ୍ଚାୟତର ସମସ୍ତ କାର୍ଯ୍ୟ ତୁଲାଇ ଆସୁଛନ୍ତି। ଏହାକୁ ପଞ୍ଚାୟତର କେତେଜଣ ନେତା ବରଦାସ୍ତ କରି ନ ପାରି ବିରୋଧ କରୁଛନ୍ତି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତାଙ୍କ ଅଗୋଚରରେ ପଞ୍ଚାୟତରେ କରାଯାଉଛି। କିଛିଦିନ ପୂର୍ବେ ଏକ ଅଙ୍ଗନୱାଡି ଗୃହ ନିର୍ମାଣ କାର୍ଯ୍ୟ ତାଙ୍କ ଅଗୋଚରରେ ହେଉଥିଲା। ସେ ଏ ସମ୍ପର୍କରେ ପଚାରିବାରୁ ଜଣେ ୱାର୍ଡ ସଦସ୍ୟ ତାଙ୍କୁ ଅପମାନିତ କରିଥିଲେ। ଠିକାଦାରୀ କରି ଅର୍ଥ ଉପାର୍ଜନ କରିବାକୁ ସେ ସରପଞ୍ଚ ହୋଇନାହାନ୍ତି। ଲୋକଙ୍କ ସେବା କରିବା ତାଙ୍କର ଲକ୍ଷ୍ୟ। ମାତ୍ର କେତେଜଣ ବରିଷ୍ଠ ନେତା ତାଙ୍କୁ ବିରୋଧ କରୁଥିବାରୁ ସେ ତାଙ୍କ ଲକ୍ଷ୍ୟ ପୂରଣ କରିପାରୁ ନ ଥିବା ଦର୍ଶାଇଛନ୍ତି। ଏନେଇ ସେ ବାସୁଦେବପୁର ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଓ ବିଧାୟକଙ୍କ ହସ୍ତକ୍ଷେପ ପରେ ସମସ୍ୟାର ସମାଧାନ ହୋଇଥିଲେ ମଧ୍ୟ ପରେ ପୁଣି ସେହି ସମସ୍ୟା ଉପୁଜିଥିବା କହିଛନ୍ତି। ଶ୍ରୀଧର ବାରିକ, ଜଗବନ୍ଧୁ ରାଉଳ, ନିଶାକର ସ୍ବାଇଁ, ଭାଗବତ ଶତପଥୀ, ଶରତ ଲେଙ୍କା, ସନାତନ ଦାସ, ଦଇତାରୀ ନାୟକ, ଲକ୍ଷ୍ମୀଧର ଦାସ, ଜଗବନ୍ଧୁ ଦାସ ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri