ସୁସ୍ଥ ହେଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଶୁକ୍ରବାର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ କରୋନା ଟେଷ୍ଟ କରାଯିବା ପରେ ରିପୋର୍ଟ ପଜିଟିଭ ଆସିଥିଲା। ଗୋଟିଏ ଦିନ ମଧ୍ୟରେ ତାଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ସେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଥିଲେ। ଏମିତିକି ତାଙ୍କୁ ପ୍ଲାଜମା ଥେରାପି ଦେବାକୁ ଗୋଟିଏ ହସ୍ପିଟାଲରୁ ଅନ୍ୟଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

Share