Posted inଜାତୀୟ

ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୬।୯: ହରିୟାଣା ବିଧାନସଭା ନିର୍ବାଚନ ଆଗକୁ ଥିବାବେଳେ ଭାଜପାକୁ ଲାଗିଛି ବଡ଼ ଝଟ୍‌କା। ଦଳ ନିର୍ବାଚନ ପାଇଁ ଅଣ୍ଟା ଭିଡିଥିବାବେଳେ ଦେଶର ଚତୁର୍ଥ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଭାଜପାର ହାତ ଛାଡିଛନ୍ତି। ଦଳ ବିରୋଧରେ ବିଦ୍ରୋହ କରି ସେ ସ୍ବାଧୀନ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଘୋଷଣା କରିଛନ୍ତି।

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭାଜପା ୬୭ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। କିନ୍ତୁ ଦଳର ତାଲିକା ପ୍ରକାଶ ପାଇବା ମାତ୍ରେ ଭାଜପାରେ କମ୍ପନ ସୃଷ୍ଟି ହୋଇଛି। ଟିକେଟ ନ ପାଇବା ପରେ ଅନେକ ନେତା ରାଗି ଯାଇଥିଲେ। ଏହି କାରଣରୁ ଅନେକ ରାଗିଯାଇ ସୋସିଆଲ ମିଡିଆରେ ଦଳରୁ ଇସ୍ତଫା ପତ୍ର ଦାଖଲ କରିଥିଲେ। ହେଲେ ଏହାପରେ ଦେଶର ଚତୁର୍ଥ ଧନୀ ମହିଳା ତଥା ପୂର୍ବତନ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ ମଧ୍ୟ ଭାଜପା ବିରୋଧରେ ବିଦ୍ରୋହ ଆରମ୍ଭ କରିଛନ୍ତି। ଭାଜପାରୁ ଟିକେଟ ନ ପାଇବା ପରେ ସେ ହିସାରର ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛନ୍ତି।

ସ୍ବାଧୀନ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିବା ପରେ ସାବିତ୍ରୀ ଜିନ୍ଦଲ କହିଛନ୍ତି, ମୁଁ ଭାଜପାର ସଦସ୍ୟ ନୁହେଁ। ହିସାରର ଲୋକମାନେ ଯାହା କହିବେ ମୁଁ ତାହା କରିବି। ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ସ୍ପଷ୍ଟ ସୂଚନା ଦେଇଛନ୍ତି ଏବଂ କହିଛନ୍ତି, ମୁଁ ହିସାର ସେବା କରିବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି। ସେ କହିଛନ୍ତି, ମୁଁ କେବଳ ଲୋକ ସଭା ନିର୍ବାଚନରେ ମୋ ପୁଅ ପାଇଁ ପ୍ରଚାର କରିବାକୁ ଯାଇଥିଲି, ମୁଁ କେବେ ବି ଭାଜପାରେ ଯୋଗ ଦେଇ ନାହିଁ।

ସାବିତ୍ରୀ ଜିନ୍ଦଲ ଜଣେ ଶିଳ୍ପପତି, ଯିଏ ୨୦୦୫ରେ ତାଙ୍କର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ। ସେ ହିସର ଆସନରୁ ଜିତି ବିଧାନସଭାରେ ପହଞ୍ଚିଥିଲେ। ଯାହା ପରେ ୨୦୦୯ରେ ସେ ପୁଣି ଥରେ ଭାଗ୍ୟ ପରୀକ୍ଷା କରି କ୍ରମାଗତ ଦ୍ୱିତୀୟ ଥର ପାଇଁ ଜିତିଥିଲେ। ୨୦୧୩ରେ ତାଙ୍କୁ ହରିୟାଣା ସରକାରରେ କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri