ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୫।୭: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସବିଆଇ ଗ୍ରାହକଙ୍କୁ ଏକ ବଡ଼ ଝଟକା ଦେଇଛି। ବିଭିନ୍ନ ଋଣକୁ ମହଙ୍ଗା କରିବାକୁ ସରକାରୀ ବ୍ୟାଙ୍କ ଘୋଷଣା କରିଛି। ବର୍ଦ୍ଧିତ ସୁଧ ହାର ଆଜିଠାରୁ ହିଁ କାର୍ଯ୍ୟକାରୀ ହୋଇଛି। ଏଭଳି ପରିସ୍ଥିତିରେ ଏସବିଆଇ ଗ୍ରାହକଙ୍କୁ ଋଣ ଉପରେ ଅଧିକ ସୁଧ ଦେବାକୁ ପଡିବ।
ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ୱେବସାଇଟରେ ଦିଆଯାଇଥିବା ସୂଚନା ଅନୁଯାୟୀ, ବ୍ୟାଙ୍କ ଏହାର MCLR (ମାର୍ଜିନାଲ କଷ୍ଟ ଅଫ ଇନ୍‌ଟ୍ରେଷ୍ଟ ରେଟ୍‌) ରେ ପରିବର୍ତ୍ତନ କରିଛି। ପରିବର୍ତ୍ତନ ଅଧୀନରେ, MCLR କୁ ୫ ରୁ ୧୦ ଆଧାର ପଏଣ୍ଟକୁ ବୃଦ୍ଧି କରାଯାଇଛି। ଏହାର ଅର୍ଥ ହେଉଛି MCLR ୦.୦୫ ପ୍ରତିଶତରୁ ୦.୧୦ ପ୍ରତିଶତକୁ ବୃଦ୍ଧି ପାଇଛି। ବ୍ୟାଙ୍କ ଅନୁଯାୟୀ, ଏହି ପରିବର୍ତ୍ତନ ଆଜି ଜୁଲାଇ ୧୫ରୁ କାର୍ଯ୍ୟକାରୀ ହୋଇଛି।
ଏସବିଆଇ ହେଉଛି ଦେଶର ସବୁଠାରୁ ବଡ ସରକାରୀ ବ୍ୟାଙ୍କ। ଗ୍ରାହକଙ୍କ ସଂଖ୍ୟା ଦୃଷ୍ଟିରୁ ଏସବିଆଇ ଅନ୍ୟ ସମସ୍ତ ବ୍ୟାଙ୍କଠାରୁ ବହୁତ ଆଗରେ ଅଛି। ଏସ୍‌ବିଆଇ ଦ୍ୱାରା MCLR ବୃଦ୍ଧି ହେତୁ ଏହାର ବିଭିନ୍ନ ଋଣ ଉତ୍ପାଦ ମହଙ୍ଗା ହୋଇପାରେ। ଏହି କାରଣରୁ ଲକ୍ଷ ଲକ୍ଷ ଗ୍ରାହକଙ୍କ ଉପରେ ସୁଧ ଭାର ବଢିପାରେ ଏବଂ ସେମାନଙ୍କୁ ଅଧିକ ଇଏମ୍‌ଆଇ ଦେବାକୁ ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri