ଲକ୍ଷ୍ନୌ,୩୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶ ସରକାର ରାଜ୍ୟର ୮ମ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଏପ୍ରିଲ ୪ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ ଗତ ୨୪ ଘଣ୍ଟାରେ ୯୧୮ କରୋନା ମାମଲା ସାମ୍ନାକୁ ଆସିଛି। ଏହାସହ ୧୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।